www.samajalive.in
Saturday, December 13, 2025
26.1 C
Bhubaneswar

ତାତି ଛୁଇଁଲା ୪୨ ଡିଗ୍ରୀ, ମାଲକାନଗିରି ଓ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ପ୍ରବଳ ଖରାରେ ସିଝୁଛି ସାରା ଓଡ଼ିଶା। ରାଜ୍ୟରେ ୪୦ ଡିଗ୍ରୀ ସେଲସିୟସ ଉପରେ ୧୧ ସହର ରହିଛି। ଗୁରୁବାର ୪୨ ଡିଗ୍ରୀ ସହ ମାଲକାନଗିରି ଓ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ବିବେଚିତ ହୋଇଛି। ସେହିପରି ଅନୁଗୁଳ ଓ ବଲାଙ୍ଗିର ୪୧.୭, ଝାରସୁଗୁଡ଼ା ୪୧.୬ ଡିଗ୍ରୀ, ଭବାନୀପାଟଣା ଓ ଟିଟିଲାଗଡ଼ ୪୧, ନୂଆପଡ଼ା ୪୦.୪ ଡିଗ୍ରୀ, କଟକ ୩୮ ଏବଂ ଭୁବନେଶ୍ବର ୩୭.୪ ଡିଗ୍ରୀ ରେକର୍ଡ କରାଯାଇଛି।

ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଉଷ୍ମ ଆଦ୍ର ପାଣିପାଗ, ଗ୍ରୀଷ୍ମ ପ୍ରବାହ ତଥା ଉଷ୍ମ ରାତି ପରିସ୍ଥିତି ସମ୍ଭାବନା ରହିଛି। ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ୨ ଡିଗ୍ରୀ ଲେଖାଏଁ ଦିନ ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ତେବେ ଦୁଇ ଦିନ ପରେ ଅର୍ଥାତ ଆସନ୍ତା ୭ ତାରିଖ ବେଳକୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

- Advertisement -

ଶୁକ୍ରବାର ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ମାଲକାନଗିରି, ନୟାଗଡ଼, କେନ୍ଦୁଝର ଜିଲାରେ ହିଟ୍‌ୱେଭ୍‌ ଜାରି ହୋଇଥିବାବେଳେସେହିପରି ବଲାଙ୍ଗିର, କନ୍ଧମାଳ, ବୌଦ୍ଧ ଓ ଭଦ୍ରକ ଜିଲ୍ଲାରେ ରାତି ପ୍ରବଳ ଗୁଳୁଗୁଳି ହୋଇପାରେ। ସେଥିପାଇଁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories