www.samajalive.in
Tuesday, December 9, 2025
17.1 C
Bhubaneswar

ଏଡସ ସଚେତନତା ଏବଂ ପ୍ରାଥମିକ ଉପଚାର କାର୍ଯ୍ୟକ୍ରମ

ଧାମରା : ଧାମରା +୨ ବିଦ୍ୟାଳୟରେ ଏଡସ ସଚେତନତା ଏବଂ ପ୍ରାଥମିକ ଉପଚାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଭାତ କୁମାର ଦାସ ପୌରୋହିତ୍ୟ କରିଥିଲେ। ଏଡସ ହୋଇଥିବା ବ୍ୟକ୍ତି ବିଶେଷଙ୍କୁ କିପରି ସ୍ୱାସ୍ଥ୍ୟ ସେବା ଯୋଗାଇବା ସହ ଏହି ଏଡସ ବିଷୟରେ ଜନସଚେତନତା କରାଯାଇ ପାରିଲେ ସମସ୍ତ ଜନସାଧାରଣ ଏହି ରୋଗରୁ ରକ୍ଷା ପାଇ ପାରିବେ ସେ ବିଷୟରେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଏହି ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ଏକ ଶୋଭାଯାତ୍ରା ବାହାରି ଧାମରା, ଜାଗୁଳା ପଂଚାୟତ ଅତିକ୍ରମ କରିବା ସହ ସାଧାରଣ ଜନତାଙ୍କୁ ଏହି ବିଷୟରେ ସଚେତନ କରାଇଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ରାଜେନ୍ଦ୍ର ନାରାୟଣ ରାଉତ, ମନୋରଞନ ମଲିକ, ମହିମା ପଲେଇ, ଜ୍ୟୋତି ବାରିକ, ଜଗନ୍ନାଥ ଦାସ, ପ୍ରମୁଖ ଉପସ୍ଥିତ ରହି ଏଡସ ସଚେତନତା ଉପରେ ନିଜ ନିଜର ବକ୍ତବ୍ୟ ରଖିବା ସହ ବହୁ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ। ରେଡ ରିବନ କମିଟି ର କାଉନସିଲର ଲକ୍ଷ୍ମୀଧର ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ରାଜେନ୍ଦ୍ର ନାରାୟଣ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories