www.samajalive.in
Sunday, December 14, 2025
15.1 C
Bhubaneswar

ଓଲଟିଲା ଭ୍ୟାନ୍: ୨ ମୃତ, ୧୫ ଆହତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ସୋମପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି ।  ଏଥିରେ ଦୁଇ ଜଣ ଦଣ୍ଡୁଆଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସଙ୍କଟାପର୍ଣ୍ଣ ଅବସ୍ଥାରେ ୭ ଜଣ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଭାରସାମ୍ୟ ହରାଇ ଭ୍ୟାନଟି ଓଲଟି ପଡିଥିଲା। ଗଞ୍ଜାମ କାଇଲୋପଡା ପଞ୍ଚାୟତ ଦହିମୁଣ୍ଡଳୀ ଗାଁର ଦଣ୍ଡୁଆମାନେ ବ୍ରହ୍ମପୁରରୁ କ୍ଷେତ୍ରୀୟ ବ୍ରହ୍ମପୁରକୁ ଦୁଇଟି ପିକଅପ୍ ଭ୍ୟାନରେ ଯାଉଥିଲେ। ତେବେ ଗୋଟିଏ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ପରେ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚ ଅଧିକ ତଦନ୍ତ ଜାରି ରଖିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories