www.samajalive.in
Sunday, December 14, 2025
26.1 C
Bhubaneswar

କଖାରୁ ବୋଝେଇ ଗାଡି ଦୁର୍ଘଟଣାଗ୍ରସ୍ତ,୪ ଗୁରୁତର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଲୁଣିବାହଲ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଏକ କଖାରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଟ୍ରକ ଡ୍ରାଇଭର ସମେତ ତାଙ୍କର ୩ ପୁଅ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଗୁରୁତରଙ୍କୁ ବୌଦ୍ଧ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି।

ଟିକଟ ସସ୍‌‌ପେନ୍ସ ପାଇଁ ସବୁ ସାଇଲେଣ୍ଟ

- Advertisement -

ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ ପୁରୁଣାକଟକ ଥାନା ଅନ୍ତର୍ଗତ ଲୁଣିବାହଲ ନିକଟରେ ଏକ କଖାରୁ ବୋଝେଇ ଟ୍ରକ କୁ ଧକ୍କା ଦେଇଥିଲା ଅଜଣା ଗାଡି। ଯାହାଫଳରେ ଟ୍ରକ ଡ୍ରାଇଭର ସମେତ ତାଙ୍କର ୩ ପୁଅ ଗୁରୁତର ଆହତ ହୋଇଥିଲେ। ପରେ ସ୍ଥାନୀୟ ଲୋକ ଚାରିଛକ ଦମକଳ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ପ୍ରାୟ ଗୋଟିଏ ଘଣ୍ଟା ଧରି ପରିଶ୍ରମ କରି ଆହତଙ୍କୁ ଟ୍ରକରୁ ବାହାର କରିଥିଲା। ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଛି । ଟ୍ରକଟି ନବରଙ୍ଗପୁରରୁ କଖାରୁ ନେଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲା। ତେବେ ବର୍ତ୍ତମାନ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories