www.samajalive.in
Tuesday, December 9, 2025
23.1 C
Bhubaneswar

ଆପ୍ ନେତା ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହେପାଜତ ୧୮ ପର୍ଯ୍ୟନ୍ତ ବୃଦ୍ଧି

ଡେସ୍କ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀର ଏକ ଅଦାଲତ ଆମ୍ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହେପାଜତକୁ ଚଳିତ ମାସ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପୂର୍ବରୁ ଦିଆଯାଇଥିବା ବିଚାର ବିଭାଗୀୟ ହାଜତ ଅବଧି ସରିବା ପରେ ଆପ୍ ନେତାଙ୍କୁ କୋର୍ଟରେ ହାଜର କରାଯିବା ପରେ ସ୍ୱତନ୍ତ୍ର ବିଚାରପତି କାବେରୀ ବାଭେଜା ଆଜି ତାଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି କରିଛନ୍ତି। ଏହି ମାମଲାର ସହ ଅଭିଯୁକ୍ତ ଆପ୍ ନେତା ସଞ୍ଜୟ ସିଂହ ମଧ୍ୟ କୋର୍ଟରେ ହାଜର ହୋଇଥିଲେ। ନିକଟରେ ଏହି ମାମଲାରେ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଥିଲା।

ଲାଓସରୁ ଫେରୁଛନ୍ତି ୧୭ ଭାରତୀୟ ଶ୍ରମିକ

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories