www.samajalive.in
Sunday, December 14, 2025
14.1 C
Bhubaneswar

ତାତିରୁ ସାମାନ୍ୟ ଆଶ୍ୱସ୍ତି : ୧୩ ଯାଏଁ ରହିବ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ସହ ପବନ ରାଜ୍ୟରେ ତାପମାତ୍ରା ବୃଦ୍ଧିରେ ଅଙ୍କୁଶ ଲଗାଇଛି। ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ଏହାପରେ ପାଗରେ ପରିବର୍ତ୍ତନ ଆସିବ। ୨୪ ଘଣ୍ଟା ପରେ ପାରଦ ବଢ଼ିବ। ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୯ ରୁ ୧୧ ତାରିଖ ପର‌୍ୟ୍ୟନ୍ତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲାର ଗୋଟିଏରୁ ଦୁଇଟି ସ୍ଥାନକୁ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୋମବାର ଅପରାହ୍ଣ ସୁଦ୍ଧା ସମ୍ବଲପୁର, ଭଦ୍ରକ, ବରଗଡ଼, ହୀରାକୁଦ, ନୂଆପଡ଼ାରେ ହାଲୁକା ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ାରେ ସର୍ବାଧିକ ୩୧.୪ ମି.ମି., ଢେଙ୍କାନାଳରେ ୨୭.୨ ମି.ମି., ଭୁବନେଶ୍ବରରେ ୨୪.୪ ମି.ମି ଓ ଛତ୍ରପୁରରେ ୨୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି। ଅନ୍ୟ ସ୍ଥାନଗୁଡ଼ିକରେ ୨୦ ମି.ମି.ରୁ କମ୍ ବର୍ଷା ହୋଇଛି। ବର୍ଷା ଯୋଗୁଁ ଖରାର ପ୍ରକୋପ କମିଛି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories