www.samajalive.in
Sunday, December 7, 2025
23.1 C
Bhubaneswar

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥି। ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି। ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧାମୂରତିଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ। କିନ୍ତୁ ପାଶ୍ୱର୍ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ମହାପ୍ରଭୁଙ୍କର ଏହି ଗୁପ୍ତନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories