www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ୱିଟରେ ଧର୍ମେନ୍ଦ୍ରଙ୍କୁ ପ୍ରଣବଙ୍କ ପ୍ରଶ୍ନ: ସମ୍ବଲପୁର-କଟକ ଏନଏଚ ୫୫ର ଦୂରାବସ୍ଥା ପାଇଁ କିଏ ଦାୟୀ

ଡେସ୍କ: ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାଶ ଟ୍ୱିଟର ଜରିଆରେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରିଛନ୍ତି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲକୁ ଆଉ ମାତ୍ର ୯ ଦିନ ବାକି ଥିବା ବେଳେ, ଉଭୟଙ୍କ ମଧ୍ୟରେ ଟ୍ୱିଟର ଯୁଦ୍ଧର ମୁଳୁଦୁଆ ପକାଇଛନ୍ତି ପ୍ରଣବ। ସେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭାଇ ବୋଲି ସମ୍ବୋଧନ କରିବା ସହ ଗତ ୧୦ ବର୍ଷ ମଧ୍ୟରେ ସମ୍ବଲପୁର-କଟକ ଏନଏଚ-୫୫ର ଦୂରାବସ୍ଥା ସମ୍ପର୍କରେ ପ୍ରଶ୍ନ ପଚାରିଛନ୍ତି।

​ହେମାମାଳିନୀଙ୍କ ବିଷୟରେ ମନ୍ତବ୍ୟ ପ୍ରସଙ୍ଗ – ରଣଦୀପ ସୁରଜେୱାଲାଙ୍କୁ ଜବାବ ମାଗିଲେ ନିର୍ବାଚନ କମିଶନ

- Advertisement -

ସେ ଟ୍ୱିଟ କରିଛନ୍ତି, “ଧର୍ମେନ୍ଦ୍ର ଭାଇ, ଗତ ୧୦ ବର୍ଷ ମଧ୍ୟରେ ସମ୍ବଲପୁର-କଟକ ଏନଏଚ-୫୫ର ଦୂରାବସ୍ଥା ଯୋଗୁଁ ୨୦୦ରୁ ଅଧିକ ଦୁର୍ଘଟଣାରେ ୪୦୦ରୁ ଅଧିକ ବହୁମୂଲ୍ୟ ଜୀବନ ଚାଲିଯାଇଛି। କାହା ପାଇଁ? କାହାର ଅପାରଗତା ଓ ସ୍ଥାଣୁତା ଯୋଗୁଁ? ଆପଣ ୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ସାମାନ୍ୟ ରାସ୍ତା କାମଟିଏ ସାରିପାରିଲେ ନାହିଁ। ଏହାଠାରୁ ବଡ଼ ବିଫଳତା ଆଉ କ’ଣ ହୋଇପାରେ? କେଉଁ ମୁହଁ ନେଇ ଆପଣ ସମ୍ବଲପୁରବାସୀଙ୍କୁ ସାମ୍ନା କରିବେ। ଯାହାଙ୍କର ଜୀବନରେଖାକୁ ଆପଣ ବିପର୍ଯ୍ୟସ୍ତ କରି ରଖିଛନ୍ତି। କେନ୍ଦ୍ରମନ୍ତ୍ରୀ ଭାବେ ଆପଣଙ୍କର ୧୦ ବର୍ଷର ବିଫଳତାର ଚିଠା ସମ୍ବଲପୁରବାସୀଙ୍କ ପାଖରେ ଅଛି। ଜନସାଧାରଣ ଆପଣଙ୍କୁ ଉଚିତ୍ ଜବାବ ଦେବେ।”

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories