www.samajalive.in
Sunday, December 7, 2025
26.1 C
Bhubaneswar

ଖାଲକୁ ଖସିଲା ବସ୍ – ୧୧ ମୃତ, ୨୦ ଆହତ

ଡେସ୍କ: ଛତିଶଗଡ଼ର ଦୁର୍ଗ ଜିଲ୍ଲାରେ ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ ଏକ ବସ୍ ଖାଲକୁ ଖସି ପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକ ଡଜନରୁ ଅଧିକ ଆହତ ହୋଇଛନ୍ତି। ମୃତକମାନେ କୁମ୍ହାରୀସ୍ଥିତ ଏକ ଘରୋଇ କମ୍ପାନିରେ କାମ କରୁଥିଲେ ଏବଂ ନିଜ ଘରକୁ ଫେରୁଥିବା ବେଳେ ଖପରୀ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଥିଲା।

ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବସର ଡ୍ରାଇଭର ଷ୍ଟିୟରିଂ ଉପରେ ନିୟନ୍ତ୍ରଣ ହରାଇବାରୁ ବସଟି ୪୦ ଫୁଟ ଗଭୀର ମୋହରମ ଖଣିରେ ଖସି ପଡ଼ିଥିଲା। ୩୦ ଜଣ କର୍ମଚାରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ୧୧ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଆହତ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଆହତମାନଙ୍କୁ ରାଜଧାନୀ ରାୟପୁର ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ସହ ରାଜ୍ୟ ବିପର୍ଯ୍ୟୟ ରିଲିଫ୍ ଫୋର୍ସର ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ।

- Advertisement -


ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ଦୁଃଖ ପ୍ରକାଶ କରିବା ସହ ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories