www.samajalive.in
Saturday, December 6, 2025
26.1 C
Bhubaneswar

ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ଲୋକସଭା ଆସନ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ଥାନୀୟ ମାନେଶ୍ୱର ଠାରେ ଶ୍ରୀରାମ ମନ୍ଦିରରେ ପ୍ରଭୁଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ଏହା ପରେ ଗୋବିନ୍ଦପାଲି ଠାରେ ସାମାଜିକ ସଙ୍ଗଠନ ‘ସେବା ଭାରତୀ’ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରରେ ସାମିଲ ହୋଇଥିଲେ। ରକ୍ତଦାନ ଭଳି ମହତ କାର୍ଯ୍ୟରେ ସମ୍ବଲପୁରର ଯୁବବର୍ଗଙ୍କ ଯୋଗଦାନ ପ୍ରଶଂସନୀୟ ବୋଲି କହିବା ସହିତ ସଙ୍ଗଠନର ଏଭଳି ପ୍ରୟାସକୁ ପ୍ରଶଂସା କରିଥିଲେ ଧର୍ମେନ୍ଦ୍ର। ଠେଲକୋପଡା ଠାରେ ଚାଲିଥିବା ମାଁ ବୁଢ଼ୀ ମାଁଙ୍କ ଯାତ୍ରାରେ ସାମିଲ ହୋଇ ଆର୍ଶୀବାଦ ନେଇଥିଲେ। ଏଥିସହ ସ୍ଥାନୀୟ କ୍ଷେତରାଜପୁର ଠାରେ ଆୟୋଜିତ ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କର ସାଙ୍ଗଠନିକ ବୈଠକରେ ଯୋଗଦେଇ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରିଥିଲେ।

ଟ୍ୱିଟରେ ଧର୍ମେନ୍ଦ୍ରଙ୍କୁ ପ୍ରଣବଙ୍କ ପ୍ରଶ୍ନ: ସମ୍ବଲପୁର-କଟକ ଏନଏଚ ୫୫ର ଦୂରାବସ୍ଥା ପାଇଁ କିଏ ଦାୟୀ


ଏହାପରେ ଘରକୁ ଘର ବୁଲି ପ୍ରଧାନମନ୍ତ୍ରୀଙ୍କ ଗରିବ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ କରାଇବାକୁ ପରାମର୍ଶ ଦେଇଥିଲେ। ବିକଶିତ ଭାରତ ବିକଶିତ ଓଡିଶା ଗଠନ ଲକ୍ଷ୍ୟ ନେଇ କାର୍ଯ୍ୟ କରିବାକୁ କର୍ମୀମାନଙ୍କୁ ସେ ଆହ୍ୱାନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ପ୍ରାର୍ଥୀ ନାଉରୀ ନାୟକ, ଜିଲା ସଭାପତି ଗିରିଶ ପଟେଲଙ୍କ ସମେତ ଜିଲାସ୍ତରୀୟ ପଦାଧିକାରୀ ଓ କର୍ମୀ ମାନେ ଯୋଗ ଦେଇଥିଲେ ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories