www.samajalive.in
Monday, December 8, 2025
16.1 C
Bhubaneswar

୫୦ ଫୁଟ୍‌‌ ତଳକୁ ଖସିଲା ବସ୍‌‌: ୧୨ ମୃତ, ୧୫ ଆହତ

ନୂଆଦିଲ୍ଲୀ: ୫୦ ଫୁଟ୍‌‌ ଖାଇକୁ ଖସିଲା ବସ୍‌‌। ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଛତିଶଗଡ ଦୁର୍ଗ ଜିଲ୍ଲା କୁମ୍ଭାରୀ ଖପରି ରୋଡରେ ମଙ୍ଗଳବାର ରାତିରେ ଏହି ଦୁର୍ଘଟଣା ଘଟିଥିଲା। ସୂଚନା ଅନୁସାରେ ଏକ ଘରୋଇ କମ୍ପାନୀର ପାଖାପାଖି ୪୦ଜଣ କର୍ମଚାରୀଙ୍କୁ ନେଇ ବସଟି ଯାଉଥିଲା। ରାତି ସାଢେ ୮ଟା ବେଳେ ଖପରି ରୋଡରେ ଥିବା ମୋରମ୍‌‌ ଖଣି ନିକଟରେ ଭୟଙ୍କର ଦୁର୍ଘଟଣାର ଶିକାର ହୋଇଥିଲା ବସ୍‌‌। ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଖସି ପଡିଥିଲା। ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକ ଏବଂ ରେସ୍କ୍ୟୁ ଟିମ୍‌‌ ଆହତଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ପ୍ରୟାସ କରିଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଚାଲିଥିଲା।

କେଉଁ ପରିସ୍ଥିତି ଏବଂ କିଭଳି ଏତେ ବଡ ଦୁର୍ଘଟଣା ଘଟିଲା ତାହାର ତଦନ୍ତ କରିବାକୁ ମାଜିଷ୍ଟ୍ରେଟସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଏହି ଦୁର୍ଘଟଣା ପରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ରାୟପୁର ଏମ୍ସରେ ଆହତଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା।

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories