www.samajalive.in
Saturday, December 13, 2025
26.1 C
Bhubaneswar

ଲାଞ୍ଜିଗଡ ଥାନା ପକ୍ଷରୁ ସମ୍ବେଦନଶୀଳ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ

ଲାଞ୍ଜିଗଡ : ଲାଞ୍ଜିଗଡ ଥାନା ପୁଲିସ ପକ୍ଷରୁ ସମ୍ବେଦନଶୀଳ ଅଞ୍ଚଳରେ ଗୁରୁବାର ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଲାଞ୍ଜିଗଡ ସହର ସମେତ ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଉଥିବାବେଳେ ଗୁରୁବାର ଚମ୍ପାଦେଇପୁର ଗ୍ରାମ ପଞ୍ଚାୟତର ଚମ୍ପାଦେଇପୁରଠାରୁ ଗୋପୀନାଥପୁର, ଯୋଡ଼ାବନ୍ଧ ଏବଂ ଚନ୍ଦନପୁର ଗ୍ରାମ ପର୍ଯ୍ୟନ୍ତ ଫ୍ଲାଗମାର୍ଚ୍ଚ କରାଯାଇଥିଲା । ରାଜ୍ୟ ନିର୍ବାଚନ କମିଶନର, କଳାହାଣ୍ଡି ଜିଲ୍ଲାପାଳ ଏବଂ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଧେଶ ଅନୁଯାୟୀ ଲାଞ୍ଜିଗଡ ଥାନାଧିକାରୀ ବିଜୟଲକ୍ଷ୍ମୀ ହିକକାଙ୍କ ନେତୃତ୍ବରେ ତ୍ରିଲୋଚନପୁର ସିଆରପିଏଫର ୨ ପ୍ଲାଟୁନ କେନ୍ଦ୍ରୀୟ ସୁରକ୍ଷା ବଳ ସହିତ ଏସଆଇ ଲିଙ୍ଗରାଜ ସେଠି, ଏସଆଇ ସ୍ଵର୍ଣ୍ଣଲତା ଗମାଙ୍ଗ, ଏସଆଇ ମାଝୀ ଗମାଙ୍ଗ ସମେତ ଥାନା ପୋଲିସ କର୍ମଚାରୀ ମାନେ ଏହି ଫ୍ଲାଗ ମାର୍ଚ୍ଚରେ ସାମିଲ ହୋଇଥିଲେ ।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories