www.samajalive.in
Friday, December 12, 2025
16.1 C
Bhubaneswar

ବଜ୍ରାଘାତରେ କୃଷକ ମୃତ

ଆଠଗଡ଼: ଆଠଗଡ଼ ସୀମାବର୍ତ୍ତୀ ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ଚନ୍ଦ୍ରଶେଖରପ୍ରସାଦ ଅଧିନ ଝୁମ୍ପୁଡିଆ ଗ୍ରାମରେ ଗୁରୁବାର ସକାଳେ ନିଜ ଚାଷଜମିରେ କାମ କରୁଥିବା ବେଳେ ବଜ୍ରପାତର ଶିକାର ହୋଇ ଜଣେ କୃଷକ ପ୍ରାଣ ହରାଇଥିବା ଜଣାପଡ଼ିଛି। ଝୁମ୍ପୁଡିଆ ଗ୍ରାମର ମହେଶ୍ୱର ଡାଳୁଆ (୬୦) ସକାଳେ ନିଜ ଚାଷଜମିକୁ ଯାଇ କାମ କରୁଥିବାବେଳେ ହଠାତ୍‌‌ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ମହେଶ୍ୱର ବିଲ ମଧ୍ୟରେ ପଡ଼ିଯାଇଥିଲେ। ପରିବାର ଲୋକ ତୁରନ୍ତ ତାଙ୍କୁ ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାକୁ ଆଣିବା ପରେ ଡାକ୍ତର ପରୀକ୍ଷାନିରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନା ପାଇ ଆଠଗଡ଼ ପୁଲିସ ଡାକ୍ତରଖାନାରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତ ଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories