www.samajalive.in
Saturday, December 13, 2025
14.1 C
Bhubaneswar

ପ୍ୟାରିସ୍‌ ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଝଟ୍‌କା, ଇସ୍ତଫା ଦେଲେ ମେରୀ କମ୍

ନୂଆଦିଲ୍ଲୀ: ପ୍ୟାରିସ୍‌ ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା ଲାଗିଛି। ଦେଶର କିମ୍ବଦନ୍ତୀ ବକ୍ସର ତଥା ଛଅ ଥରର ବିଶ୍ଵ ଚମ୍ପିଆନ୍‌ ମେରୀ କମ୍ ଆଗାମୀ ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତୀୟ ଦଳ ମୁଖ୍ୟ(ଶେଫ୍ ଡି ମିଶନ୍‌) ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ଭାରତୀୟ ଅଲିମ୍ପିକ୍ ସଂଘ(ଆଇଓଏ) ମାର୍ଚ୍ଚ ୨୧ରେ ଶେଫ୍ ଡି ମିଶନ୍‌ ଭାବରେ ନିଯୁକ୍ତ କରିଥିଲା। ମେରୀ କମ୍ ପଦରୁ ଇସ୍ତଫା ଦେବା ପଛରେ ବ୍ୟକ୍ତିଗତ କାରଣ ଦର୍ଶାଇଛନ୍ତି ଏବଂ କହିଛନ୍ତି ତାଙ୍କ ପାଖରେ ଏହା ବ୍ୟତୀତ ଆଉ କିଛି ବିକଳ୍ପ ନାହିଁ। ୪୧ ବର୍ଷୀୟା ମେରୀ କମ୍ ଭାରତୀୟ ଅଲିମ୍ପିକ ଆସୋସିଏସନ ସଭାପତି ପି.ଟି. ଉଷାଙ୍କ ନିକଟକୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି।

 

- Advertisement -

 

 

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories