www.samajalive.in
Sunday, December 7, 2025
14.1 C
Bhubaneswar

୩ ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ଦାୟିତ୍ୱ

ଡେସ୍କ: ରାଜ୍ୟ ସରକାର ୩ ଜଣ ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ପାନୀୟ ଜଳ ଓ ପରିମଳ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ବିନୀତ ଭରଦ୍ୱାଜଙ୍କୁ ଓଡ଼ିଶା ଜୀବିକା ମିଶନ, ଭୁବନେଶ୍ୱରର ରାଜ୍ୟ ମିଶନ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ସେହିପରି ଓମଫେଡର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ ଶ୍ରମ କମିଶନର ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ। ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପାରୁଲ ପଟୱାରୀ ‘ମୋ ସ୍କୁଲ’ର ସଦସ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ।

- Advertisement -

ସୂଚନାଯୋଗ୍ୟ, ଗତ ଜାନୁଆରି ୨୨ ତାରିଖରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ସରକାର ୧୭ ଜଣ ଜିଲ୍ଲାପାଳଙ୍କ ସମେତ ୩୭ ଜଣ ଆଇଏଏସ୍ ଅଧିକାରୀଙ୍କ ଅଦଳବଦଳ କରିଥିଲେ। ଏପ୍ରିଲ ୫ ତାରିଖରେ ୪ ଜଣ ଆଇଏଏସ୍ ଅଫିସରଙ୍କୁ ବଦଳି କରି ବିଭିନ୍ନ ବିଭାଗରେ ନିଯୁକ୍ତି ଦିଆଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories