www.samajalive.in
Monday, December 8, 2025
13.1 C
Bhubaneswar

ଶିକ୍ଷୟିତ୍ରୀଙ୍କୁ ନିର୍ବାଚନ ଅଧିକାରୀଙ୍କ ଛାଟ

ବୌଦ୍ଧ: ସରକାରୀ ହାଇସ୍କୁଲର ଶିକ୍ଷୟିତ୍ରୀଙ୍କୁ ନିର୍ବାଚନ ଅଧିକାରୀ ଦେଲେ ଦଣ୍ଡ। ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଏକ ରାଜନୈତିକ ଦଳର ଦଳୀୟ ରାଲିରେ ଯୋଗ ଦେଇ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ। ବୌଦ୍ଧ ଜିଲ୍ଲା ଦହ୍ୟା ସରକାରୀ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷୟିତ୍ରୀ ସଂଘମିତ୍ରା ମଲ୍ଲିକଙ୍କୁ ନିଲମ୍ବିତ କରିଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ। ସୂଚନା ଅନୁସାରେ ଦୁଇ ଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପଲଶପାଟଠାରେ ଆମ୍ବଗାଁ ପର୍ଯ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବାଇକ ରାଇ ହୋଇଥିଲା। ଏହି ରାଲିରେ ଶିକ୍ଷୟିତ୍ରୀ ସଂଘମିତ୍ରା ମଲ୍ଲିକ ଯୋଗ ଦେଇଥିବା ଅଭିଯୋଗ ହୋଇଥିଲା। ନିୟମ ଅନୁଯାୟୀ ସମସ୍ତ ସରକାରୀ କର୍ମଚାରୀମାନେ କୌଣସି ରାଜନୈତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରିବେ ନାହିଁ। ଏହାର ଖିଲାପ ଯୋଗୁଁ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories