www.samajalive.in
Friday, December 5, 2025
20.1 C
Bhubaneswar

ବଢିବ ତାତି, ୪୦ ଟପିବ ପାରଦ

ଭୁବନେଶ୍ବର: କିଛିଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ଫେରିଛି ତାତି। ୪୦ଡିଗ୍ରୀ ମୁହାଁଇଛି ସର୍ବାଧିକ ତାପମାତ୍ରା। ଶନିବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ୪ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିଛି। ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୯.୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବାରିପଦାରେ ୩୯ ଡିଗ୍ରୀ ରହିଛି। ଭୁବନେଶ୍ବରରେ ୩୮.୪ ଡିଗ୍ରୀ ଏବଂ କଟକରେ ୩୭ ଡିଗ୍ରୀ ରେକର୍ଡ଼ ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆଗକୁ ପାରଦ ଆହୁରି ତେଜିବାର ସମ୍ଭାବନା ରହିଛି।

କାହା ଟାର୍ଗେଟରେ ଅଭିନେତା ସଲମାନ…ଇମେଲ ଖୋଲିବ ଗୁମର

- Advertisement -

ଆସନ୍ତା ୫ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରା ୫ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବଢିବ ା ବର୍ତ୍ତମାନ ପରିସ୍ଥିତିରେ ଅନେକ ଅଞ୍ଚଳରେ ତାପମାତ୍ରା ୩୮ରୁ ୩୯ଡିଗ୍ରୀ ମଧ୍ୟରେ ରହିଛି। ଆଗକୁ ୬ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। ରାଜ୍ୟର କେତେକ ସହରରେ ପାରଦ ୪୪ରୁ ୪୫ଡିଗ୍ରୀ ଟପିବାର ସମ୍ଭାବନା ରହିଛି। ୧୫ ତାରିଖରୁ ତିନିଦିନଯାଏଁ ଗ୍ରୀଷ୍ମ ଲହର ନେଇ ହଳଦିଆ ସତର୍କତା ଦିଆଯାଇ ଥିବାବେଳେ ରବିବାର କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲାର କେତେକ ଅଞ୍ଚଳ ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ଅଧିକ ରହିବାରୁ ଗରମ ଅନୁଭୂତ ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ଅନ୍ୟପଟେ ପୂର୍ବ-ପଶ୍ଚିମ ନିମ୍ନଚାପରେଖା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ରବିବାର ବିଭିନ୍ନ ଜିଲା​ରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories