www.samajalive.in
Saturday, December 13, 2025
21.1 C
Bhubaneswar

ଭାରତରତ୍ନ ଡ଼ଃ ବି. ଆର୍‌. ଆମ୍ବେଦକର ଜୟନ୍ତୀ ପାଳିତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ମହକୁମାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଡ଼ଃ ବି. ଆର୍‌. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ଜିଲ୍ଲା କାର୍ଯ୍ୟାଳୟର ଦରବାର ହଲ୍‌ଠାରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ବନଖଂଡ ଅଧିକାରୀ ଏଚ.ଡି ଧନରାଜ ଯୋଗଦେଇ ଦେଶ ପାଇଁ ଡ଼ଃ ଆମ୍ବେଦକରଙ୍କ ଅବଦାନ ଅତୁଳନୀୟ ବୋଲି କହିଥିଲେ। ନିଜର ୬୫ ବର୍ଷ ଜୀବନ କାଳ ଭିତରେ ଅସ୍ପୃଶ୍ୟତା ଓ ଅବହେଳାର ଶିକାର ହୋଇ ମଧ୍ୟ ସାମାଜିକ ସମତା ହାସଲ ଦିଗରେ ତାଙ୍କର ଅବଦାନ ଆମ ପଥ ପ୍ରଦର୍ଶକ ହୋଇ ବିଦ୍ୟମାନ ଅଛି ବୋଲି କହିଥିଲେ। ଅତିରିକ୍ତ ଜିଲ୍ଲାପାଳ ଯଦୁମଣି ମହଲା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଟକୋ କୁଜୁର, ଜିଲ୍ଲା କ୍ରୀଡା ଅଧିକାରୀ ଜିତେନ୍ଦ୍ର ମହାକୁଡ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ ଆମ୍ବେଦକରଙ୍କ ଭୂମିକା ସଂପର୍କରେ ଅବତାରଣା କରି ତାଙ୍କରି ଆଦର୍ଶକୁ ଉଜ୍ଜିବୀତ ରଖିବା ନିମନ୍ତେ ସମସ୍ତେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ କେନ୍ଦୁଝର ସାର୍ଥକ ରାୟ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ସଂଚାଳନା କରିଥିଲେ। ପ୍ରାରମ୍ଭରେ କଲେକ୍ଟୋରେଟ ସ୍ଥିତ ଡଃ ଆମ୍ବେଦକର ଓ ଅନ୍ୟ ମହାପୁରୁଷଙ୍କ ପ୍ରତିମୁର୍ତିରେ ମାଲ୍ୟାର୍ପଣ କରାଯାଇଥିଲା।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories