www.samajalive.in
Sunday, December 7, 2025
23.1 C
Bhubaneswar

ଡିଭାଇଡରରେ ପିଟି ହେଲା କାର୍‌: ବାପା-ଝିଅ ମୃତ, ୩ ଗୁରୁତର

ଭଣ୍ଡାରିପୋଖରୀ: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଳକ୍ ୧୬ ନମ୍ବର ଜାତୀୟ ରାଜପଥର ଯଶଟିକିରି ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଡିଭାଇଡରରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଶିଶୁ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ଚିକିତ୍ସା ପାଇଁ ଭଦ୍ରକ ଡାକ୍ତରଖାନାକୁ ପଠାଯାଇଛି। ପୁଲିସ ଗାଡିଟିକୁ ଜବତ କରି ଘଟଣାର ତଦନ୍ତ କରୁଛି।

ସୂଚନା ଅନୁସାରେ, କାର୍‌ଟି ପୁରୀରୁ ଭଦ୍ରକ ଦିଗକୁ ଆସୁଥିବାବେଳେ ଯଶଟିକିରି ନିକଟରେ ମଧ୍ୟାହ୍ନ ସମୟରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଗାଡ଼ିରେ ଥିବା ଏକ ଶିଶୁ ଓ ତା’ର ବାପା ଉଭୟଙ୍କର ମୃତ୍ୟୁ ଘଟିଛି। ଚାଳକ ସମେତ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ପ୍ରଥମେ ଭଣ୍ଡାରିପୋଖରୀ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ପରବର୍ତ୍ତୀ ସମୟରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories