www.samajalive.in
Sunday, December 7, 2025
14.1 C
Bhubaneswar

୮୦ତମ ଅଗ୍ନିଶମ ସପ୍ତାହ ଓ ଶହୀଦ ଦିବସ ପାଳିତ

ସମ୍ବଲପୁର: ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ଉତ୍ତରାଞ୍ଚଳ ମଣ୍ଡଳ କାର୍ଯ୍ୟାଳୟ ସମ୍ବଲପୁର ପକ୍ଷରୁ ସ୍ଥାନୀୟ ରିର୍ଜଭ ପୁଲିସ ପଡ଼ିଆଠାରେ ରବିବାର ୮୦ତମ ଅଗ୍ନିଶମ ସପ୍ତାହ ଓ ଶହୀଦ ଦିବସ ପାଳନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଆଇଜି ହିମାଂଶୁ କୁମାର ଲାଲା ଯୋଗ ଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଅମର ଶହୀଦ ସ୍ତମ୍ଭରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହାସହ ଦେଶ ସେବା ପାଇଁ କର୍ତ୍ତବ୍ୟ କରୁଥିବା ସମୟରେ ପ୍ରାଣ ବଳି ଦେଇଥିବା ଅଗ୍ନିଶମ ସେବା କେନ୍ଦ୍ରର କର୍ମଚାରୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। କାର୍ଯ୍ୟକ୍ରମରେ ଅଗ୍ନିଶମ ଉତ୍ତରାଞ୍ଚଳ ମଣ୍ଡଳର ଅଧିକାରୀ ସଲିଲ ପ୍ରକାଶ କିଣ୍ଡୋଙ୍କ ସମେତ ଅଗ୍ନିଶମ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ।

 

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories