www.samajalive.in
Sunday, December 7, 2025
14.1 C
Bhubaneswar

ଜୁନ ୨୯ରୁ ଅମରନାଥ ଯାତ୍ରା: ଆଜିଠୁ ନାମ ପଞ୍ଜୀକରଣ

ଶ୍ରୀନଗର : ଜୁନ ୨୯ରୁ ପ୍ରସିଦ୍ଧ ଅମରନାଥ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟ ୧୯ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ୫୨ ଦିନର ଯାତ୍ରା ନିମନ୍ତେ ଆଜି ( ସୋମବାରଠାରୁ) ନାମ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। ଶ୍ରୀନଗରଠାରୁ ୧୪୧ କିମି ଦୂର ଏବଂ ସମୁଦ୍ର ପତନଠାରୁ ୧୨,୭୫୬ ଫୁଟ ଉଚ୍ଚତାରେ ଅବସ୍ଥିତ ଅମରନାଥ ଦେଶର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଭାବେ ମାନ୍ୟତାଲାଭ କରିଛି। ପ୍ରତିବର୍ଷ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅମରନାଥ ଯାତ୍ରା ଆୟୋଜିତ ହୋଇଥାଏ। ଶ୍ରଦ୍ଧାଳୁମାନେ ଦୁଇଟି ପଥ ଦେଇ ଅମରନାଥ ଗୁମ୍ଫାରେ ବରଫ ଲିଙ୍ଗ ଦର୍ଶନ କରିଥାନ୍ତି। ପେହେଲଗାଓଁ ଦେଇ ଶ୍ରଦ୍ଧାଳୁଙ୍କୁ ୪୮ କିମି ରାସ୍ତା ଅତିକ୍ରମ କରିବାକୁ ପଡିଥାଏ। ଅପରପକ୍ଷରେ ବାଲତାଲ୍‌ ରାସ୍ତା ମାତ୍ର ୧୪ କିମି ହୋଇଥିଲେ ସୁଦ୍ଧା ଏହା ଅତ୍ୟନ୍ତ କଷ୍ଟସାଧ୍ୟ। ତେଣୁ ୯୫ ପ୍ରତିଶତ ଶ୍ରଦ୍ଧାଳୁ ପେହେଲଗାଓଁ ରାସ୍ତାକୁ ପସନ୍ଦ କରିଥାନ୍ତି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories