www.samajalive.in
Sunday, December 7, 2025
16.1 C
Bhubaneswar

ବନ୍ଧରେ ବୁଡି ଜଣେ ମୃତ

ଜି.ଉଦୟଗିରି: ଜି.ଉଦୟଗିରି ବନ୍ଧଛକ ସ୍ଥିତ ବନ୍ଧକୁ ଆଜି ସକାଳ ପ୍ରାୟ ୯.୩୦ ଘ. ସମୟରେ ଜଣେ ବ୍ୟକ୍ତି ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ଗୋଡ ଖସି ପାଣିରେ ବୁଡି ଯାଇଥିଲେ। ଖବର ପାଇ ଜି.ଉଦୟଗିରି ଅଗ୍ନିଶମ ଅଧିକାରୀ ଉମାଚରଣ ଭଟ୍ଟମିଶ୍ର ଟିମ ସହ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପାଣିରୁ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ବ୍ୟକ୍ତି ଜଣକ ଜି.ଉଦୟଗିରି ବଡ ସାହିର ୫୩ ବର୍ଷୀୟା ଆକାଶ ନାୟକ(ଝୁନା) ବୋଲି ଜଣାପଡିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories