www.samajalive.in
Monday, December 8, 2025
13.1 C
Bhubaneswar

ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ, ପଦ୍ମ ଧରିଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ

ଭୁବନେଶ୍ବର: ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ କୁମାର ସିଂହ ବିଜେପିରେ ସାମିଲ ହୋଇଛନ୍ତି। ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ବିଜେପିରେ ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ସେ ସପ୍ତାହେ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ।

ବିଜେପିରେ ଯୋଗ ଦେବା ପରେ ପ୍ରଭାସ ସିଂହ  ନିଜ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିଜେଡିରେ ଆଉ ପୂର୍ବଭଳି ନୀତି, ଆଦର୍ଶ ନାହିଁ। ଓଡ଼ିଶାରେ ପରିବର୍ତ୍ତନ ପବନ ବହିଲାଣି।  ଓଡ଼ିଶାକୁ ବିକାଶ ପଥରେ ଆଗେଇ ନେବାକୁ ଡବଲ ଇଞ୍ଜିନ ସରକାର ଆବଶ୍ୟକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେ ସବୁ ଯୋଜନା କରିଛନ୍ତି, ସେଥିରୁ କିଛି ଏବେବି ସେଠାରେ ଲାଗୁ ହେବାକୁ ବାକି ରହିଛି।

- Advertisement -

୨୦୧୪ରେ ବିଜେଡି ଟିକେଟରେ ବରଗଡ଼ ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିବା ପ୍ରଭାସ ସିଂହ୨୦୧୯ରେ ଟିକେଟ ଆଶାୟୀ ଥିଲେ। କିନ୍ତୁ ଦଳ ତାଙ୍କ ବଦଳରେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଦେଇଥିଲା। ଏଥର ଟିକେଟ ପରିଣୀତା ମିଶ୍ରଙ୍କୁ ଟିକେଟ ଦେଲାପରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ।

Hot this week

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

Related Articles

Popular Categories