www.samajalive.in
Monday, December 8, 2025
27.1 C
Bhubaneswar

ଆମ୍ବୁଲାନ୍ସ ଧକ୍କାରେ ଯୁବକ ଗୁରୁତର

ବୌଦ୍ଧ :  ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥ ର ବାମଣ୍ଡା ଛକ ନିକଟରେ ଆମ୍ବୁଲାନ୍ସ ଧକ୍କାରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ଜଣାଯାଇଛି । ସୂଚନା ମୁତାବକ ବୌଦ୍ଧ ବାବୁସାହିର ବିଶ୍ଵାମିତ୍ର ପ୍ରଧାନ ବାଇକ୍ ଯୋଗେ ଯାଉଥିବାବେଳେ ବାମଣ୍ଡା ଛକ ନିକଟରେ ବୌଦ୍ଧ ପଟରୁ ଯାଉଥିବା ଏକ ଜନନୀ ଆମ୍ବୁଲାନ୍ସ ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ବିଶ୍ଵାମିତ୍ର ଙ୍କୁ  ବୌଦ୍ଧ ମୁଖ୍ୟାଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଗ୍ରାମବାସୀମାନେ ଜାତୀୟ ରାଜପଥ ଅବରୋଧ କରିଥିଲେ।  ପୁଲିସ ପକ୍ଷରୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories