www.samajalive.in
Saturday, December 13, 2025
26.1 C
Bhubaneswar

ଯାତ୍ରା ଦେଖିବାକୁ ଯିବାବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ଆଠଗଡ: କଟକ ଜିଲ୍ଲା ଆଠଗଡ ଗୁରୁଡିଝାଟିଆ ଥାନା କାଣ୍ଡମୁଗୁରୀ ଗାଁରେ ହାତୀ ଆତଙ୍କ। ଦନ୍ତା ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଟୁବୁରୁ ହନାଗା ବୋଲି ଜଣାପଡିଛି। ଟୁବୁରୁ ମଙ୍ଗଳବାର ରାତିରେ ଅଶୋକାଷ୍ଟମୀ ଯାତ୍ରା ଦେଖିବାକୁ ରାଧାଦାମୋଦରପୁର ଗାଁକୁ ଯାଇଥିଲେ। ଏତିକିବେଳେ ସେ ଦନ୍ତା ଆକ୍ରମଣର ଶିକାର ହୋଇଥିଲେ। ପରେ ଖବର ପାଇ ଖୁଣ୍ଟୁଣୀ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଗତ ତିନି ଦିନ ତଳେ ଗୋବରୀ ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ବାରମ୍ବାର ଏହି ଅଞ୍ଚଳରେ ଏଭଳି ଘଟଣା ଘଟୁଥିଲେ ମଧ୍ୟ ବନ ବିଭାଗ ହାତୀ ଘଉଡାଇବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories