www.samajalive.in
Saturday, December 13, 2025
18.1 C
Bhubaneswar

ଇନ୍ଦୋର ବାଣ କାରଖାନାରେ ବିସ୍ଫୋରଣ: ପୋଡି ହୋଇଗଲେ ୫ ଶ୍ରମିକ

ମଧ୍ୟପ୍ରଦେଶ: ଇନ୍ଦୋରରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ଜଣ ଶ୍ରମିକ ପୋଡି ହୋଇ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଇନ୍ଦୋରର ଚୋଇଥରାମ୍‌‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ଜଣେ ଶ୍ରମିକ ଇନ୍ଦୋରର ହୋଇଥିବା ବେଳେ ଅନ୍ୟ ୪ଜଣ ମହାରାଷ୍ଟ୍ର ବୋଲି ଜଣାପଡିଛି।
ସୂଚନା ଅନୁଯାୟୀ ମହୁ ଅଞ୍ଚଳର ଅମ୍ବାଚନ୍ଦନ ଗାଁଠାରୁ ୫କି.ମି ଦୂର ଏହି ବାଣ କାରଖାନାରେ ସୁତୁଲି ବୋମା ତିଆରି ଚାଲିଥିଲା। ଏହି ସମୟରେ ହଠାତ ବିସ୍ଫୋରଣ ହେବାରୁ ୫ଜଣ ଶ୍ରମିକ ପୋଡି ହୋଇ ଗୁରୁତର ହୋଇଥିଲେ। ହସ୍ପିଟାଲରେ ସେମାନଙ୍କ ଚିକିତ୍ସା ଚାଲିଥିବା କହିଛନ୍ତି ଡିଏସପି ଉମାକାନ୍ତ ଚୌଧୁରୀ। ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଓ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବିସ୍ଫୋରଣର ପ୍ରକୃତ କାରଣ ଜଣାପଡିନାହିଁ। ପ୍ରାଥମିକ ତଦନ୍ତ ପରେ ଜଣାପଡିବ ବୋଲି ଡିଏସପି କହିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories