www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରବାଦ ପୁରୁଷ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ପୂଣ୍ୟତିଥି ପାଳିତ

ସମ୍ବଲପୁର : ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥି ଅବସରରେ ସମ୍ବଲପୁର ଜିଲ୍ଳା ବିଜୁ ଜନତା ଦଳ ତରଫରୁ ଏକ ଜନସେବା କାର୍ଯ୍ୟକ୍ରମ କରାଯାଇଥିଲା । ଜିଲ୍ଲା ବିଜେଡି ସଭାପତି ରୋହିତ ପୂଜାରୀଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଦଳର କର୍ମକର୍ତ୍ତା ମାନେ ସକାଳ ୮.୩୦ ମିନିଟ ସମୟରେ ରେମେଡ ଛକରେ ଥିବା ସ୍ୱର୍ଗତଃ ବିଜୁ ପଟ୍ଟାନାୟକଙ୍କ ପ୍ରତିମୂର୍ତ୍ତୀ ଠାରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହା ପରେ ଦଳର କର୍ମକର୍ତ୍ତା ମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ପହଞ୍ଚି ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ।
ଏହି ଅବସରରେ ଜିଲ୍ଲା ସଭାପତି ରୋହିତ ପୂଜାରୀ କହିଥିଲେ ଯେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତଃ ବିଜୁ ପଟ୍ଟନାୟକ ଓଡିଶାର ବରପୁତ୍ର ଥିଲେ। ଜନସେବା ପାଇଁ ନିଜର ଜୀବନ ସମର୍ପି ଦେଇଥିଲେ। ତାଙ୍କରି ଆଦର୍ଶରେ ଆଜି ବିଜୁ ଜନତା ଦଳ ପରିଚାଳିତ । ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ମଧ୍ୟ ବାପାଙ୍କ ଭଳି ଜନସେବାକୁ ଜୀବନର ବ୍ରତ କରି ନେଇଛନ୍ତି । ଏବଂ ନବୀନ ଓଡିଶାର ସିପାହୀ ଭାବରେ ଆମେ ତାଙ୍କ ଆଜ୍ଞା ଅନୁସାରେ ଲୋକଙ୍କ ସାଥିରେ ରହିଛୁ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ସଞ୍ଜୟ ବାବୁ, ରେଙ୍ଗାଲି ବିଧାୟକ ପ୍ରାର୍ଥୀ ସୁଦର୍ଶନ ହରିପାଲ, ସମ୍ବଲପୁର ଜିଲ୍ଳା ପର୍ୟ୍ୟବେକ୍ଷକ ସୌଭାଗ୍ୟ ନାଏକ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories