www.samajalive.in
Sunday, December 14, 2025
26.1 C
Bhubaneswar

ଏମ୍ସ ଭୁବନେଶ୍ୱରରେ ଉନ୍ନତ କୃତ୍ରିମ ମୂତ୍ର ସ୍ପିନ୍ଟର (ଏୟୁଏସ) ପ୍ରତିରୋପଣ ସେବା ଆରମ୍ଭ

ଭୁବନେଶ୍ୱର  : ଗୁଣବତ୍ତାସମ୍ପନ୍ନ ସ୍ବାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରର ଖ୍ୟାତି ଅର୍ଜନ କରିଥିବା ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଯୋଡ଼ିଛି ଆଉ ଏକ ଫର୍ଦ୍ଦ । ରାଜ୍ୟରେ ପ୍ରଥମକରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ର ସ୍ପିନ୍ଟର୍ସ (ଏୟୁଏସ) ପ୍ରତିରୋପଣ କରାଯାଇଛି । ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ ଓଡ଼ିଶାରେ ପ୍ରଥମ ହେବାର ଗୌରବ ଲାଭ କରିଛି। ଏକ ସୁଦକ୍ଷ ଡ଼ାକ୍ତରୀ ଦଳ ଏହି ବିଶେଷ ପ୍ରତିରୋପଣ ପ୍ରକ୍ରିୟା ସମ୍ପାଦନ କରିଥିଲେ। ଏହି ଅଭିନବ ସେବା ଗୁରୁତର ମୂତ୍ର ରୋଗରେ ପୀଡିତ ରୋଗୀଙ୍କ ପାଇଁ ନୂତନ ଆଶା ଏବଂ ଉନ୍ନତ ମାନର ଜୀବନ ପ୍ରଦାନ କରିବାରେ ସହାୟକ ହେବ। ପୂର୍ବରୁ ଏହି ପ୍ରତିରୋପଣ କେବଳ ଦେଶର ହାତଗଣତି କିଛି ବଡ଼ ସହରରେ ଉପଲବ୍ଧ ଥିଲା । ବର୍ତ୍ତମାନ ଏହା ଏମ୍ସ ଭୁବନେଶ୍ୱରରେ ଉପଲବ୍ଧ ହୋଇପାରିଛି।

କୃତ୍ରିମ ୟୁରିନାରୀ ସ୍ପିଙ୍କ୍ଟର ପ୍ରତିରୋପଣ ପ୍ରଣାଳୀ ମୂତ୍ର ରୋଗୀଙ୍କ ପାଇଁ ସର୍ବୋଚ୍ଚ (ସ୍ଵର୍ଣ୍ଣ ମାନକ) ଚିକିତ୍ସା ଭାବରେ ସ୍ୱୀକୃତିପ୍ରାପ୍ତ ଯାହା ପାରମ୍ପରିକ ଚିକିତ୍ସା ପଦ୍ଧତିର ବିରୁଦ୍ଧାଚରଣ କରେନାହିଁ। ପ୍ରୋଷ୍ଟେଟ ସର୍ଜରୀ, ମେରୁଦଣ୍ଡରେ ଆଘାତ କିମ୍ବା ମୂତ୍ର ନିୟନ୍ତ୍ରଣକୁ ପ୍ରଭାବିତ କରୁଥିବା ଅନ୍ୟାନ୍ୟ ବିଭିନ୍ନ କାରଣରୁ ଅଧିକାଂଶ ବ୍ୟକ୍ତି ପରିସ୍ରା ଉପରେ ନିୟନ୍ତ୍ରଣ ହରାଇଥାନ୍ତି। ଯାହାକି ସେମାନଙ୍କ ଦୈନନ୍ଦିନ ଜୀବନ ପ୍ରକ୍ରିୟାକୁ ବେଶ ପ୍ରଭାବିତ କରିଥାଏ। କୃତ୍ରିମ ୟୁରିନାରୀ ସ୍ପିଙ୍କ୍ଟର ହେଉଛି ଏପରି ଏକ ଅତ୍ୟାଧୁନିକ ଉପକରଣ ଯାହାକି ମୁତ୍ରବାହିନୀରେ ନିୟନ୍ତ୍ରକ ଭାବେ କାର୍ଯ୍ୟ କରିଥାଏ। ଯାହାକି ଅନିୟନ୍ତ୍ରିତ ପରିଶ୍ରାରୁ ମୁକ୍ତି ଦେବା ସହିତ ସାଧାରଣ ଜୀବନଯାପନ ପ୍ରକ୍ରିୟାକୁ ସ୍ଵାଭାବିକ କରିଥାଏ। ଅସ୍ବାଭାବିକ ମୂତ୍ର ଅସନ୍ତୋଷ ଅନୁଭବ କରୁଥିବା ରୋଗୀଙ୍କ ପାଇଁ ଏହି ସେବା ବିଶେଷ ଭାବରେ ପ୍ରସ୍ତୁତ ହୋଇଛି ଯାହାକି ଅତ୍ୟନ୍ତ ପ୍ରଭାବଶାଳୀ ଓ ଫଳପ୍ରଦ। ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ . ଆଶୁତୋଷ ବିଶ୍ୱାସ ଏହି  ଅତ୍ୟାଧୁନିକ ଆର୍ଟିଫିସିଆଲ୍ ୟୁରିନାରୀ ସ୍ପିନ୍ଟର ପ୍ରତିରୋପଣ ସେବା ଆରମ୍ଭରେ ଖୁସି ବ୍ୟକ୍ତ କରିବା ସହିତ ବିଶେଷଜ୍ଞ ଡାକ୍ତରୀ ଦଳ ଏବଂ ୟୁରୋଲୋଜୀ ବିଭାଗକୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ରାଜ୍ୟ ତଥା ପୂର୍ବ ଭାରତର ଲୋକମାନେ ଏହି ସେବା ପାଇପାରିବେ, ଯେଉଁଥିପାଇଁ ସେମାନଙ୍କୁ ପୂର୍ବରୁ ଅନ୍ୟ ରାଜ୍ୟକୁ ଯିବାକୁ ପଡୁଥିଲାବୋଲି ଡ. ବିଶ୍ୱାସ ପ୍ରକାଶ କରିଛନ୍ତି।

ଅଗ୍ନିଶମ ସେବା ଓ ସଚେତନତା ସପ୍ତାହ

- Advertisement -

ଏମ୍ସ ଭୁବନେଶ୍ୱରରେ ଏହି ପ୍ରତିରୋପଣ କାର୍ଯ୍ୟକ୍ରମ ଦକ୍ଷ, ଅତ୍ୟାଧୁନିକ ଜ୍ଞାନକୌଶଳରେ ଧୂରିଣ ୟୁରୋଲୋଜିଷ୍ଟ ଏବଂ କୁଶଳୀ ସର୍ଜନଙ୍କ ଏକ ଦଳ ଦ୍ୱାରା ପରିଚାଳିତ ହେବ । ଏମ୍ସ  ଭୁବନେଶ୍ୱରରେ ଆଣ୍ଡ୍ରୋଲୋଜି ଚିକିତ୍ସା ଯୋଗାଉଥିବା ୟୁରୋଲୋଜି ବିଭାଗର ସହକାରୀ ପ୍ରଫେସର ଡ. ସମ୍ବିତ ତ୍ରିପାଠୀଙ୍କ ମତରେ ଏହି ପ୍ରତିରୋପଣ ସେବା ଆରମ୍ଭ କରିବା ବ୍ୟାପକ ତଥା ଉନ୍ନତ ଚିକିତ୍ସା ଚିକିତ୍ସା ପ୍ରଦାନ ପାଇଁ ଆମର ପ୍ରତିବଦ୍ଧତାର ଏକ ପ୍ରମୁଖ ପରିଚୟ ଅଟେ। ୟୁରୋଲୋଜି ବିଭାଗ ମୁଖ୍ୟ ଡ. ପ୍ରଶାନ୍ତ ନାୟକ କହିଛନ୍ତି ଯେ ଆମେ ଆମର ରୋଗୀଙ୍କୁ ସର୍ବୋତ୍ତମ ସମ୍ଭାବ୍ୟ ଫଳାଫଳ ପ୍ରଦାନ କରିବା ଏବଂ ସେମାନଙ୍କ ନିତିଦିନିଆ ଜୀବନଶୈଳୀରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ଉତ୍ସର୍ଗୀକୃତ। ଏହି ସେବା ଆରମ୍ଭ କରିବାରେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସଙ୍କ ପ୍ରେରଣା ନିମନ୍ତେ ଆମେ କୃତଜ୍ଞ। ଏମ୍ସ ମେଡିକାଲ୍ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା ଏହି ଅବସରରେ ୟୁରୋଲୋଜି ବିଭାଗର ଡାକ୍ତରମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories