www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରସ୍ତୁତି ଶେଷ, ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ମତଦାନ

ଡେସ୍କ: ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହେବ। ୧୭ଟି ରାଜ୍ୟ ଓ ୪ଟି କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହେବ। ସେଥିମଧ୍ୟରୁ ୧୧ଟି ଆସନ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ ଥିବା ବେଳେ ୧୮ଟି ଆସନ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରହିଛି। ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ଆସାମ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ତାମିଲନାଡୁ, ଉତ୍ତରାଖଣ୍ଡ, ଅରୁଣାଚଳ ପ୍ରଦେଶ, ମଣିପୁର ଓ ମେଘାଳୟରେ ନିର୍ବାଚନ ହେବ। ପ୍ରଥମ ପର୍ଯ୍ୟାୟରେ ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ, ସର୍ବାନନ୍ଦ ସୋନୋୱାଲ, କିରଣ ରିଜିଜୁ, ଡକ୍ଟର ଜିତେନ୍ଦ୍ର ସିଂହ, ସଞ୍ଜୀବ ବାଲିୟାନ ଏବଂ ଦଳର ଅନ୍ୟ ନେତା ତାମିଲିସାଇ ସୌନ୍ଦରରାଜନ ଏବଂ ଜିତେନ୍ଦ୍ର ପ୍ରସାଦ, କଂଗ୍ରେସ ନେତା ଗୌରବ ଗୋଗୋଇ, କାର୍ତ୍ତି ଚିଦାମ୍ବରମ ଏବଂ ନକୁଲ ନାଥ ଏବଂ ଡିଏମକେର ଦୟାନିଧି ମାରାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରାଯିବ।

ପ୍ୟାର୍ କିଆ ତୋ ଡ଼ରନା କ୍ୟା…ଥାନାରେ ଶିଷ୍ୟାକୁ ବାହାହେଲେ ଗୁରୁ

- Advertisement -

ଏହି ପର୍ଯ୍ୟାୟରେ ମୋଟ ୧ ହଜାର ୬୨୬ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି। ୧୬.୬୩ କୋଟି ଭୋଟରଙ୍କ ପାଇଁ ୧ ଲକ୍ଷ ୬୩ ହଜାର ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି। ସେଥି ମଧ୍ୟରୁ ୮.୪ କୋଟି ପୁରୁଷ, ୮.୨୩ କୋଟି ମହିଳା ଓ ୧୧ ହଜାରରୁ ଅଧିକ ତୃତୀୟ ଲିଙ୍ଗର ଭୋଟର ଅଛନ୍ତି। ପ୍ରଥମ ଥର ପାଇଁ ପ୍ରାୟ ୩୬ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏହି ପର୍ଯ୍ୟାୟରେ ୮୫ ବର୍ଷରୁ ଅଧିକ ବୟସର ୧୪ ଲକ୍ଷରୁ ଅଧିକ ଭୋଟର ଏବଂ ପ୍ରାୟ ୧୪ ଲକ୍ଷ ଦିବ୍ୟାଙ୍ଗ ଭୋଟରଙ୍କୁ ଘରେ ବସି ଭୋଟ୍ ଦେବାର ବିକଳ୍ପ ଦିଆଯାଇଛି ।

ଅସହ୍ୟ ଗରମ, ଅଧାରୁ ଅଧିକ ଓଡ଼ିଶାରେ ଜନଜୀବନ ଅସ୍ତବ୍ୟସ୍ତ

ଆସନ୍ତାକାଲି ଗୋଟିଏ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ ଓ ସିକ୍କିମରେ ମଧ୍ୟ ବିଧାନସଭା ନିର୍ବାଚନ ହେବ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories