www.samajalive.in
Sunday, December 7, 2025
26.1 C
Bhubaneswar

ଆଜି କର୍ମ​‌କ୍ଷେତ୍ରରେ ଏହି ରାଶିଙ୍କୁ ମିଳିପାରେ ସଫଳତା: ଶନିବାର ରାଶିଫଳ

ମେଷ:କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ।
ବୃଷ:ବେପାର, ବାଣିଜ୍ୟ କାରବାର ଲାଭପ୍ରଦ ହେବ। ସରକାରୀ ସ୍ତରରୁ ମାନସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। ବସ୍ତ୍ର, କାଞ୍ଚନ ସହିତ ଚତୁଷ୍ପଦ ଲାଭର ସୁଯୋଗ ଅଛି। ମାନସିକ ଅଶାନ୍ତି ଦୂର ହେବ।
ମିଥୁନ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ପ୍ରେମୀ ଓ ସାହସୀ ହେବେ। ଭାଷା ମାର୍ଜିତ ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ସାନଭାଇମାନଙ୍କଠାରୁ ଭକ୍ତିପୂର୍ଣ୍ଣ ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
କର୍କଟ:ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ହେବ। ମିତ୍ରଙ୍କଠାରୁ ସହାୟତା ପାଇ କୃତଜ୍ଞ ହୋଇପାରନ୍ତି।
ସିଂହ: ଧନବାନ୍‌ ହେବେ। ଅପାର ଗୁଣର ଅଧିକାରୀ ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରୋଜଗାର ଆଶାନୁରୂପ ହେବ। ପାରିବାରିକ ଜୀବନ ସୁଖପ୍ରଦ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ।
କନ୍ୟା:ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। କର୍ମଚଞ୍ଚଳ ରହିବେ। ଭାଷା ମଧୁର ହେବ। ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନଗରିମାଯୁକ୍ତ ହୋଇପାରନ୍ତି।
ତୁଳା : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ବିଛା:କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। ବ୍ୟବସାୟ ଲାଭପ୍ରଦ ହେବ।
ଧନୁ:ନିଜର ଭାଗ୍ୟ ନିୟନ୍ତା ନିଜେ ହେବେ। ସୁଖସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ହେବ।
ମକର; ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସର୍ଦି-କଫରେ ପୀଡ଼ିତ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
କୁମ୍ଭ:ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସ୍ବସୁକର୍ମ ପାଇଁ ମନରେ ଅହଂଭାବ ପୋଷଣ କରିବେ। କର୍ମକ୍ଷେତ୍ରରେ ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ମୀନ:ଭ୍ରାତୃତ୍ବର ନିବିଡ଼ ବନ୍ଧନ ଅବ୍ୟାହତ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories