www.samajalive.in
Saturday, December 13, 2025
26.1 C
Bhubaneswar

ମେ’ ପହିଲାରୁ ଭିତରକନିକା ବନ୍ଦ

ରାଜନଗର : ଆସନ୍ତା ମେ’ ପହିଲାରୁ ବନ୍ଦ ହେବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି। ନଦୀ ନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ମିଳନ ପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜାଇବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ମାଆ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ। ଏହି ସମୟରେ ସେ ଅଧିକ ହିଂସ୍ର ହୋଇଥାଏ। ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିବାକୁ ବାରଣ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories