www.samajalive.in
Friday, December 5, 2025
26.1 C
Bhubaneswar

୪୫ ଡିଗ୍ରୀ ଟପିଲା ତାତି, ୧୩ଟି ସହରରେ ତାପମାତ୍ରା ୪୩ ଡ଼ିଗ୍ରୀରୁ ଅଧିକ

ଡେସ୍କ: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ତାତି ୪୫ ଡିଗ୍ରୀ ଅତିକ୍ରମ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ରାଜ୍ୟର ୧୩ଟି ସହରରେ ତାପମାତ୍ରା ୪୩ ଡ଼ିଗ୍ରୀରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି।

ପାକିସ୍ତାନ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମକୁ ଧକ୍କା, ପ୍ରତିବନ୍ଧକ ଜାରି କଲା ଆମେରିକା

- Advertisement -

ଆଜି ବାରିପଦା ଏବଂ ବୌଦ୍ଧରେ ଚଳିତ ସିଜିନର ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଛି। ଉଭୟ ସହରରେ ତାତି ୪୫ ଡିଗ୍ରୀ ଅତିକ୍ରମ କରିଛି। ସେହିପରି ନୂଆପଡାରେ ୪୪, ତାଳଚେର ଓ ବଲାଙ୍ଗୀରରେ ୪୩.୬, ନୟାଗଡ, ଅନୁଗୁଳ ଓ କେନ୍ଦୁଝରଗଡ଼ରେ ୪୩.୫ ଏବଂ ଝାରସୁଗୁଡ଼ାରେ ୪୩.୨ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି।

ଝାରସୁଗୁଡ଼ା ଡ଼ଙ୍ଗା ବୁଡି ଘଟଣାରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଶୋକ

ସେପଟେ କାଳବୈଶାଖୀ ଓ ବଜ୍ରପାତ ନେଇ ୯ ଜିଲ୍ଲାକୁ ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସନ୍ଧ୍ୟା ୭.୪୫ ପର୍ଯ୍ୟନ୍ତ କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଗଜପତି, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି ଓ ନବରଙ୍ଗପୁରକୁ ସତର୍କତା ଜାରି କରାଯାଇଛି। ସେହି ସମୟ ମଧ୍ୟରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories