www.samajalive.in
Saturday, December 6, 2025
16.1 C
Bhubaneswar

ସାଢେ ୧୧ରେ ୪୧ ଡିଗ୍ରୀ ଛୁଇଁଲା ତାତି: ଝାରସୁଗୁଡା ଓ କେନ୍ଦୁଝର ସବୁଠୁ ଉତ୍ତପ୍ତ

ଭୁବନେଶ୍ଵର: ଜଳୁଛି ଓଡିଶା। ସାଢେ ୧୧ରେ ୪୧ ଡିଗ୍ରୀ ଛୁଇଁଲା ତାତି । ୪୧ ଡିଗ୍ରୀ ସହ ଝାରସୁଗୁଡା ଓ କେନ୍ଦୁଝର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ଵର ୪୦.୭, ବାଲେଶ୍ଵର ୪୦.୧ , ରାଉରକେଲା ୩୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଜି ପାଇଁ କେନ୍ଦୁଝର, ମୟୁରଭଞ୍ଜ ଏବଂ ଅନୁଗୁଳ ଜିଲ୍ଲାକୁ ହିଟ୍ ଓ୍ବେଭ୍ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ଵର , ଯାଜପୁର , ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଟକ , କେନ୍ଦ୍ରାପଡା ଏବଂ ଜଗତସିଂହପୁର ର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ଲହରୀ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଆଜି ସାମାନ୍ୟ ଆଶ୍ଵସ୍ତି ଦେଇପାରେ କାଳବୈଶାଖୀ। ଆଜିଠୁ ଦକ୍ଷିଣ ଓଡିଶା ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ବିଜୁଳି, ଘଡଘଡି ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories