www.samajalive.in
Monday, December 15, 2025
24.1 C
Bhubaneswar

୨୫ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିବେ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।

କେନ୍ଦ୍ରମନ୍ତ୍ରୀ ଶାହ ଏଠାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସିବେ। ୨୫ ତାରିଖରେ ସେ ସୋନପୁର ଗସ୍ତ କରିବେ। ସେଠାରେ ସେ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଦଳୀୟ କର୍ମୀମାନଙ୍କୁ ସମ୍ବୋଧନ କରିବେ। ସେଠାରେ କାର୍ଯ୍ୟ ସରିବା ପରେ ଶାହ ଭୁବନେଶ୍ବର ଆସି ରାତ୍ରି ରହଣୀ କରିବେ। ଏହି ଅବସରରେ ସେ ଏଠାରେ ଦଳର ଅନ୍ୟ କର୍ମକର୍ତ୍ତାମାନଙ୍କ ସହିତ ନିର୍ବାଚନୀ ରଣନୀତି ସମ୍ପର୍କରେ ଆଲୋଚନା କରିବେ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories