www.samajalive.in
Saturday, December 13, 2025
18.1 C
Bhubaneswar

ଡ. ସଦାଶିବ ତ୍ରିପାଠୀ ଥିଲେ ମାନବୀୟ ମୂଲ୍ୟବୋଧ, ନିଃସ୍ୱାର୍ଥପର ସମାଜସେବା ତଥା ରାଜନୀତି କ୍ଷେତ୍ରରେ ଅନନ୍ୟ ବ୍ୟକ୍ତିତ୍ୱ

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତ୍ରିପାଠୀ ଓଡ଼ିଶାର ଜାତୀୟ ଜୀବନକୁ ବିଭିନ୍ନ ଦିଗରୁ ପ୍ରଭାବିତ କରିବା ସହ ମାନବୀୟ ମୂଲ୍ୟବୋଧ, ନିଃସ୍ୱାର୍ଥପର ସମାଜସେବା ତଥା ରାଜନୀତି କ୍ଷେତ୍ରରେ ଅନନ୍ୟ ବ୍ୟକ୍ତିତ୍ୱ ଭାବେ ପରିଚିତି ସୃଷ୍ଟି କରିଥ#ଲୋ ଗାଁଗଣ୍ଡାରେ ବାସ କରୁଥିବା ସାଧାରଣ ଆଦିବାସୀ ଓ ଦରିଦ୍ରତମ ଲୋକମାନଙ୍କ ନିକଟରେ ସ୍ୱାଧୀନତାର ସୁଫଳ ଉପଲବ୍ଧ ହେବା ତାଙ୍କର ଲକ୍ଷ୍ୟ ଥିଲା ବୋଲି ଅତିଥିମାନେ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତି୍ରପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ମତପ୍ରଦାନ କରିଛନ୍ତି।

ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଶାବରୀ ସାଂସ୍କୃତିକ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା, ବିହାର ଓ ଝାଡ଼ଖଣ୍ଡର ପ୍ରଧାନ ମୁଖ୍ୟ ଆୟକର ଆୟୁକ୍ତ ମନୋରଞ୍ଜନ ପାଣିଗ୍ରାହୀ କହିଥିଲେ ଯେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତ୍ରିପାଠୀ ଜଣେ ସରଳ, ନିଷ୍କପଟ ଓ ସତ୍ୟନିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ। ତାଙ୍କର ତ୍ୟାଗ ଓ ବଳିଦାନର ପଟାନ୍ତର ନାହିଁ। ଜମିଦାର ପରିବାରରେ ଜନ୍ମଗ୍ରହଣ କରି ମଧ୍ୟ ଓଡ଼ିଶାରେ ଭୂସଂସ୍କାର ନୀତି ପ୍ରଣୟନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ବାସ୍ତବରେ ତାଙ୍କର ସରଳ ଜୀବନଯାପନ ଏବଂ ନୀତି ଓ ଆଦର୍ଶ ହିଁ ତାଙ୍କର ପ୍ରକୃତ ଉତ୍ତରାଧିକାରୀ ବୋଲି ସେ ପ୍ରକାଶ କରିଥିଲେ।

- Advertisement -

କାର୍ଯ୍ୟକ୍ରମରେ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ମଧୁସୂଦନ ଦାଶ କହିଲେ ଯେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତି୍ରପାଠୀ କୌଣସି ପଦବୀ, ପ୍ରତିପତ୍ତି ଏବଂ କ୍ଷମତା ପ୍ରତି ଲାଳାୟିତ ନଥିଲେ। ଗରିବ ଓ ଅବହେଳିତମାନଙ୍କ ଦୁଃଖରେ ସେ ନିଜକୁ ସାମିଲ କରି ସେମାନଙ୍କ ଉନ୍ନତିକଳ୍ପେ ସତତ ଚେଷ୍ଟିତ ଥିଲେ।

ରାଜ୍ୟବାସୀ ଓ ରାଜ୍ୟ ପ୍ରତି ତାଙ୍କର ନିଷ୍ଠା ଓ ପ୍ରତିବଦ୍ଧତା ତାଙ୍କୁ ଚିର ଅମର କରି ରଖିବା ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଗାନ୍ଧୀବାଦୀ ଚିନ୍ତକ ଏବଂ ସ୍ତମ୍ଭକାର ପ୍ରହଲ୍ଲାଦ ସିଂହ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତ୍ରିପାଠୀଙ୍କ ଜୀବନୀ ଓ ଆଦର୍ଶ ବିଷୟରେ ସବିଶେଷ ତଥ୍ୟ ଉପସ୍ଥାପନ କରି କହିଲେ ଯେ ତାଙ୍କ ଚିନ୍ତା, ଚେତନା, ଜ୍ଞାନ ଓ ବଚନ ଆଜୀବନ ସତ୍ୟର ସରଳରେଖାରେ ଚାଲିଥ#ଲାା ରାଜ୍ୟରେ ଅର୍ଥନୀତି ଓ ସାମାଜିକ ବିକାଶ ନିମନ୍ତେ ଶିକ୍ଷାର ମହତ୍ତ୍ୱକୁ ଉପଲବ୍ଧି କରି ସେ ସମ୍ବଲପୁର ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାରେ ବଳିଷ୍ଠ ଭୂମିକା ନିର୍ବାହ କରିଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ କାର୍ଯ୍ୟକ୍ରମରେ ସଭାପତିତ୍ୱ କରି କହିଲେ ଯେ ଦେଶର ସ୍ୱାଧୀନତା ସହିତ ରାଜ୍ୟରେ ସାମାଜିକ କ୍ରାନ୍ତି ନିମନ୍ତେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତ୍ରିପାଠୀଙ୍କ ଜୀବନ ସମର୍ପିତ ଥିଲେ। ସେ ଥିଲେ ତ୍ୟାଗ ଓ ତିତୀକ୍ଷାର ମୂର୍ତ୍ତିମନ୍ତ ପ୍ରତୀକା ଭୂମିହୀନ ଜନତାଙ୍କ ପାଇଁ ତାଙ୍କ ସମୟରେ ପ୍ରବର୍ତ୍ତିତ ଭୂସଂସ୍କାର ଆଇନ ତାଙ୍କୁ ଚିର ସ୍ମରଣୀୟ କରି ରଖିବ ବୋଲି ସେ ପ୍ରକାଶ କରିଥିଲେ।

ପ୍ରାରମ୍ଭରେ ଅତିଥିମାନେ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତି୍ରପାଠୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଶାବରୀ ସାଂସ୍କୃତିକ ସଂସଦ, ଭୁବନେଶ୍ୱରର ବରିଷ୍ଠ ସଦସ୍ୟ  ହୃଦୟ ରଞ୍ଜନ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନା ଅଧିକାରୀ ସୁଶ୍ରୀ ରୋଜାଲିନ୍ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ)  ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ବିଶ୍ୱଜିତ ଦାଶ, ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ, ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ ଓ ଗଣମାଧ୍ୟମର ପ୍ରତିନିଧ# କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories