www.samajalive.in
Saturday, December 13, 2025
21.1 C
Bhubaneswar

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାପା ମୃତ, ପୁଅ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଳା ସାନଖେମୁଣ୍ଡି ବ୍ଲକ ଆଡପଡା ଗାଁରେ ଅଘଟଣ। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାପାଙ୍କର ମୃତ୍ୟୁ ଘଟିଥିବାବେଳେ ପୁଅ ଗୁରୁତର ହୋଇଛି। ମୃତକ କୋରା ବେହେରା ବୋଲି ଜଣାପଡିଛି। ଆଜି ସକାଳେ କୋରା ନିଜ ପୁଅ ତୋପାନଙ୍କ ସହ ନିଜ ଚା​‌ଷ ଜମିକୁ ଯାଇ ପାଣି ପମ୍ପ ଚଳାଉଥିଲେ। ଏତିକିବେଳେ କୋରା ଚା​‌ଷ ଜମିରେ ଛିଣ୍ଡି ପଡିଥିବା ଏକ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ବାପା କୋରାଙ୍କର ମୃତ୍ୟୁ ଘଟିଥିଲା। ବାପାଙ୍କୁ ବଞ୍ଚାଇବାକୁ ଯାଇ ପୁଅ ତୋଫାନ ଗୁରୁତର ହୋଇଥିଲେ। ତାଙ୍କୁ  ପ୍ରଥମେ ଆଡପଡା ମେଡିକାଲ ଏବଂ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories