www.samajalive.in
Friday, December 5, 2025
20.1 C
Bhubaneswar

ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲା; ସମସ୍ତ ନିଯୁକ୍ତି ରଦ୍ଦ କଲେ ହାଇକୋର୍ଟ, ଚାକିରି ହରାଇଲେ ୨୪ ହଜାର ଶିକ୍ଷକ

କଲକାତା: ପଶ୍ଚିମବଙ୍ଗରେ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ନେଇ ହୋଇଥିବା ଦୁର୍ନୀତି ମାମଲାରେ କଲକାତା ହାଇକୋର୍ଟ ସୋମବାର ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି। ହାଇକୋର୍ଟ ଏହି ନିଯୁକ୍ତିକୁ ରଦ୍ଦ କରିଦେଇଛନ୍ତି। ଫଳରେ ନିଯୁକ୍ତି ପାଇଥିବା ୨୪ ହଜାର ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କୁ ଚାକିରି ହରାଇବାକୁ ପଡ଼ିଛି। ଏହା ସହିତ ବେଆଇନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୬ ସପ୍ତାହ ମଧ୍ୟରେ ସମସ୍ତ ଦରମା ଫେରସ୍ତ କରିବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ଏହା ସହିତ ମାମଲାର ସାନି ତଦନ୍ତ କରିବାକୁ କୋର୍ଟ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ନିର୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ରାୟ ପ୍ରକାଶ ପରେ ତୃଣମୂଳ କଂଗ୍ରେସ ସରକାରକୁ ବଡ଼ ଝଟ୍‌କା ଲାଗିଛି।

ସୂଚନାଯୋଗ୍ୟ, ୨୦୧୬ରେ ପଶ୍ଚିମବଙ୍ଗ ସରକାର ରାଜ୍ୟର ବିଭିନ୍ନ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତି ପାଇଁ ରାଜ୍ୟସ୍ତରୀୟ ପରୀକ୍ଷା ଜରିଆରେ ପ୍ରାୟ ୨୪ ହଜାର କର୍ମଚାରୀଙ୍କୁ ନିଯୁକ୍ତି ଦେଇଥିଲେ। ଏହି ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହେବା ସହିତ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଥିଲା। ସୁପ୍ରିମକୋର୍ଟଙ୍କ ନିର୍ଦେଶକ୍ରମେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ନେତୃତ୍ବରେ ଗଠିତ ଖଣ୍ଡପୀଠ ସୋମବାର ଏହି ମାମଲାର ଶୁଣାଣି କରି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ଉପରୋକ୍ତ ପଦବୀଗୁଡ଼ିକ ପାଇଁ ସାନି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ହାଇକୋର୍ଟ ପଶ୍ଚିମବଙ୍ଗ ସ୍କୁଲ ସର୍ଭିସ କମିଶନ(ଏସଏସସି)କୁ ନିର୍ଦେଶ ଦେଇଛନ୍ତି। ଆଗାମୀ ୧୫ ଦିନ ମଧ୍ୟରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ କୋର୍ଟଙ୍କ ପକ୍ଷରୁ କୁହାଯାଇଛି।

- Advertisement -

ଉଲ୍ଲେଖ ଯେ, ୯ମ, ୧୦ମ, ୧୧ଶ ଏବଂ ଦ୍ବାଦଶ ବିଦ୍ୟାଳୟରେ ୨୪,୬୪୦ ଶିକ୍ଷକ ଏବଂ ଅଣଶିକ୍ଷକ ପଦବୀ ପୂରଣ ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ୨୦୧୬ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିପାଇଁ ପ୍ରାୟ ୨୪ ଲକ୍ଷ ପ୍ରାର୍ଥୀ ଆବେଦନ କରିଥିଲେ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories