www.samajalive.in
Saturday, December 13, 2025
26.1 C
Bhubaneswar

ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି, ୪୦ ଜଣିଆ ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି। ଉଭୟ ଲୋକସଭା ବିଧାନସଭା ପାଇଁ ଷ୍ଟାର ପ୍ରଚାର ତାଲିକା ବିଜେପି  ଘୋଷଣା କରିଛି। ତାଲିକାର ଏକ ନମ୍ବରରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେହିପରି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରିଙ୍କ ସମେତ ଷ୍ଟାର ପ୍ରଚାରକ ତାଲିକାରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ଯୋଗୀ ଆଦିତ୍ୟନାଥ, ମୋହନ ଯାଦବ, ହିମନ୍ତ ବିଶ୍ବଶର୍ମା, ବିଷ୍ଣୁଦେଓ ସାଏ, ସ୍ମୃତି ଇରାନୀ, ବୈଜୟନ୍ତ ପଣ୍ଡା, ଅଶ୍ବିନୀ ବୈଷ୍ଣବ,ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି।

ବିଶେଶ୍ବର ଟୁଡୁ, ଜୟ ନାରାୟଣ ମିଶ୍ର, ଜୁଏଲ ଓରାମ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସମ୍ବିତ ପାତ୍ର, ବସନ୍ତ କୁମାର ପଣ୍ଡା, ସୁରେଶ ପୂଜାରୀ, କନକ ବର୍ଦ୍ଧନ ସିଂହଦେଓ, ସମୀର ମହାନ୍ତି, ମାନସ କୁମାର ମହାନ୍ତି, ଅନୁଭବ ମହାନ୍ତି, ହରିହର ମହାପାତ୍ର, ପିଙ୍କି ପ୍ରଧାନ, ଶ୍ରୀତମ ଦାସ ପ୍ରମୁଖ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି।

- Advertisement -

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories