www.samajalive.in
Sunday, December 14, 2025
26.1 C
Bhubaneswar

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀ, ଭୁବନେଶ୍ୱରଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ସାଧାରଣ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଯୋଗେନ୍ଦ୍ର ତି୍ରପାଠୀ (ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ), ପୁଲିସ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ରଜନୀକାନ୍ତ ମିଶ୍ର (ଅବସରପ୍ରାପ୍ତ ଭାରତୀୟ ପୁଲିସ ସେବା ଅଧିକାରୀ), ସ୍ୱତନ୍ତ୍ର ବ୍ୟୟ ପର୍ଯ୍ୟବେକ୍ଷକ ଶ୍ରୀମତୀ ହିମାଲିନୀ କାଶ୍ୟପ (ଅବସରପ୍ରାପ୍ତ ଭାରତୀୟ ରାଜସ୍ୱ ସେବା ଅଧିକାରୀ) ଯୋଗଦେଇଥିଲେ ।

ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରାରମ୍ଭିକ ବକ୍ତବ୍ୟ ରଖି ସମସ୍ତ ପର୍ଯ୍ୟବେକ୍ଷକଙ୍କୁ ସ୍ୱାଗତ କରିଥିଲେ । ଏହି ଅବସରରେ ଧଳ ଓଡ଼ିଶାରେ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସବିଶେଷ ତଥ୍ୟ ରଖିଥିଲେ । ପିପିଟି ପ୍ରେଜେଣ୍ଟେସନ୍‌ ମାଧ୍ୟମରେ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ତଥା ଅତିରିକ୍ତ ଡିଜି ସଞ୍ଜୟ କୁମାର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକଫର ଏନ୍‌. ତିରୁମାଲା ନାୟକ ପର୍ଯ୍ୟବେକ୍ଷକମାନଙ୍କୁ ସମସ୍ତ ତଥ୍ୟ ବିଷୟରେ ସୂଚନା ଦେଇଥିଲେ । ପର୍ଯ୍ୟବେକ୍ଷକମାନେ ବିଭିନ୍ନ ପ୍ରସଙ୍ଗରେ ନିଜ ନିଜର ମତ ରଖିବା ସହ ଅନେକ ପ୍ରସ୍ତାବ ମଧ୍ୟ ଦେଇଥିଲେ ।

- Advertisement -

ଏହି ବୈଠକରେ ପ୍ରଚଣ୍ଡ ରୌଦ୍ରତାପରେ ନିର୍ବାଚନ ପରିଚାଳନାର ଆହ୍ୱାନ ଓ ସାମାଜିକ ଗଣମାଧ୍ୟମ ବିଷୟରେ ବିଶେଷ ଆଲୋଚନା ହୋଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଶତ୍ରୁଘ୍ନ କର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ମିହିର ମହାନ୍ତି ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories