ଭୁବନେଶ୍ବର : ନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ହିଞ୍ଜିଳି ବିଧାନସଭା ଆସନରୁ ନବୀନ ପ୍ରଚାର ଆରମ୍ଭ କରିବେ। ୨୦୧୯ ଭଳି ଏଥର ମଧ୍ୟ ନବୀନ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି। ନିଜ ପାରମ୍ପରିକ ଆସନ ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି ନବୀନ। ଆଜି ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଯାଇ ପ୍ରଚାର କରିବେ। ତାଙ୍କ ସହ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ଆସନ୍ତା ୨୫ ତାରିଖରେ ନବୀନ ପଟ୍ଟନାୟକ ଗୁଣୁପୁର ଓ ବିଷମକଟକ ଗସ୍ତରେ ଯାଇ ଜନସାଧାରଣକୁ ସମ୍ବୋଧିତ କରିବେ। ହିଞ୍ଜିଳିରୁ ମୁଖ୍ୟମନ୍ତ୍ରୀ ପ୍ରଚାର ଆରମ୍ଭ କରିବା ପରେ ୪ର୍ଥ ପର୍ଯ୍ୟାୟରେ ହେବାକୁ ଥିବା ଭୋଟ କାର୍ଯ୍ୟସୂଚୀ ଅନୁସାରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ।
Popular Categories



