www.samajalive.in
Sunday, December 7, 2025
26.1 C
Bhubaneswar

ସରିଲା ପ୍ରଚାର: ଶୁକ୍ରବାର ଦ୍ଵିତୀୟ ପର୍ଯ୍ୟାୟ ମତଦାନ

ନୂଆଦିଲ୍ଲୀ : ଅଷ୍ଟାଦଶ ଲୋକସଭା ନିର୍ବାଚନ ପାଇଁ ଆସନ୍ତା ୨୬ରେ ଦ୍ବିତୀୟ ପର୍ଯ୍ୟାୟ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ବୁଧବାର ସନ୍ଧ୍ୟା ସୁଦ୍ଧା ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୮୯ ଆସନ ପାଇଁ ଭୋଟଗ୍ରହଣ ବ୍ୟବସ୍ଥା କରାଯାଇଛି। ଏହି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ହେଲା ଆସାମ, ବିହାର, ଛତିଶଗଡ, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ରାଜସ୍ଥାନ, ତ୍ରିପୁରା, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଜାମ୍ମୁ-କାଶ୍ମୀର। ଏହି ପର୍ଯ୍ୟାୟ ପାଇଁ ଉକ୍ତ ଦିନ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ। ୧୩ଟି ରାଜ୍ୟର ମତଦାତା ୧୨ ଶହ ୬ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରେ ରହିଛନ୍ତି ରାହୁଲ ଗାନ୍ଧୀ, ଅରୁଣ ଗୋବିଲ୍, ଶଶି ଥରୁର, ହେମାମାଳିନୀଙ୍କ ଭଳି ବହୁ ହେଭିୱେଟ୍। ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଗୃହମନ୍ତ୍ରୀ ଅମିତ ଶାହ ପ୍ରଚାରର ମଙ୍ଗ ଧିରିଥିବା ବେଳେ କଂଗ୍ରେସ ପକ୍ଷରୁ ସାଂସଦ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ପ୍ରଚାର କରୁଥିବା ଦେଖିବାକୁ ମିଳିଛି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories