www.samajalive.in
Tuesday, December 9, 2025
23.1 C
Bhubaneswar

ସମ୍ବଲପୁରରେ ବିଜେଡିର ରକ୍ତଦାନ ଶିବିର

ସମ୍ବଲପୁର: ଚଳିତ ଗ୍ରୀଷ୍ମ ଋତୁ ତଥା ବର୍ତ୍ତମାନର ନିର୍ବାଚନୀ ମାହୋଲରେ ସବୁ ଦଳ ବ୍ୟସ୍ତ ଥିବା ବେଳେ ସମ୍ବଲପୁରରେ ଉତ୍କଟ ରକ୍ତାଭାବକୁ ଲକ୍ଷ୍ୟ କରି ସମ୍ବଲପୁର ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ସୌଜନ୍ୟରୁ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଏହି ଶିବିରରେ ନିଜେ ରାଜ୍ୟ ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ରକ୍ତଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ “ପ୍ରତିଟି ଜୀବନ ମୁଲ୍ୟବାନ” ଉକ୍ତିକୁ ସାର୍ଥକ କରିଥିଲେ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳ ସବୁ ସମୟ ଅସମୟରେ ଲୋକଙ୍କ ସହ ରହେ ଏହା ଶ୍ରେଷ୍ଠ ପ୍ରମାଣ ।

ଏହି ଶିବିରରେ ଅତିଥି ଭାବେ ଅନ୍ୟ ମାନଙ୍କ ମଧ୍ୟରେ ସମ୍ବଲପୁର ବିଧାନସଭା ପ୍ରାର୍ଥୀ ରୋହିତ ପୂଜାରୀ, ଜିଲ୍ଲା ଯୁବ ସଭାପତି ଲକ୍ଷ୍ମୀ ପ୍ରସାଦ ମହାପାତ୍ର, ଜିଲ୍ଲା ଛାତ୍ର ସଭାପତି ସୁଭ୍ରାଶୁଂ ପାଢ଼ୀ, ଓଡିଶା ମୋ ପରିବାର ଜିଲ୍ଲା ସଂଯୋଜିକା କବିତା ପୁରୋହିତ, ରାଜ୍ୟ ଛାତ୍ର କାର୍ଯ୍ୟକାରୀ ସଭାପତି ରାଜେଶରାଜ ସ୍ବାଇଁ, ସମ୍ବଲପୁର ଜୋନ୍ ସାଧାରଣ ସଂପାଦକ ସୁଧିର ପଣ୍ଡା, ସମ୍ବଲପୁର ନିର୍ବାଚନୀ କୋଅର୍ଡିନେଟର ଦେବୀ ଲେଙ୍କା, ଜିଲ୍ଲା ଯୁବ ଉପସଭାପତି ମଞ୍ଜୁ ଓରାମ, ସଞ୍ଜୟ ଗୌଡ଼, ଦେବେନ୍ଦ୍ର ପ୍ରଧାନ, ଜିଲ୍ଲା ଯୁବ ସମ୍ପାଦକ ଉତ୍ତମ ବାଗ, ପ୍ରଦୀପ ମିଶ୍ର, ଗୋପବନ୍ଧୁ ମହାନନ୍ଦ, ନିରଞ୍ଜନ ମହାପାତ୍ର, ସୁରେନ୍ଦ୍ର ବିଶ୍ବାଳ, ରୁବେନ ଛତ୍ରିଆ, ଶାନ୍ତିଲତା କର, ଗିରିଶ ରାଉତ, ସୂର୍ଯ୍ୟକାନ୍ତ ସ୍ବାଇଁ, କାଳିଆ ମହାନ୍ତି, ବୁଲୁ ପାଣିଗ୍ରାହୀ, ଧିର, ଏ. ଶ୍ୟାମ, ବିଭିଷଣ ବିଶାର, କେଶବ ମେହେର, ଅମିତ ସିଂ, ପ୍ରଦୀପ ବଢେଇଙ୍କ ସହ ଅନ୍ୟ ସମସ୍ତ ନେତୃ ବୃନ୍ଦ ସହଯୋଗ କରିଥିଲେ । ବୁର୍ଲା ରକ୍ତ ଭଣ୍ଡାର ପକ୍ଷରୁ ଡାକ୍ତର ରାଧାମୋହନ ଘରେଇ, ଦେବାଶିଷ ମିଶ୍ର, ମଣ୍ଟୁ ପ୍ରଧାନ, ରୋଜାଲିନ ନାୟକ, କରୁଣାକର ସାହୁ, ମଧୁସ୍ମିତା ଦାସ ପ୍ରମୁଖ ସହଯୋଗ କରିଥିଲେ ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories