www.samajalive.in
Monday, December 8, 2025
24.1 C
Bhubaneswar

ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ବର : ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆଜି (ଶୁକ୍ରବାର) ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀ ରହିଛି। ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼ ଏବଂ ସୁନ୍ଦରଗଡ ଲୋକସଭା ଆସନ ସହିତ ଏହାର ଅନ୍ତର୍ଗତ ବିଧାନସଭା ଆସନ ଗୁଡିକ ପାଇଁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ। ଏହି ପର୍ଯ୍ୟାୟରେ ବରଗଡ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ। ସେହିପରି ସୁନ୍ଦରଗଡ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁର ଏବଂ ବଣାଇ ବିଧାନସଭା ଆସନ ରହିଛି। ବଲାଙ୍ଗିର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ବୀରମହାରାଜପୁର, ସୁବର୍ଣ୍ଣପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଞ୍ଝି ବିଧାନସଭା ଆସନ ରହିଛି। କନ୍ଧମାଳ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା ଏବଂ ଭଞ୍ଜନଗର ବିଧାନସଭା ଆସନ ରହିଛି। ଆସ୍କା ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସ୍କା, ସୋରଡ଼ା, ସାନଖେମୁଣ୍ଡି ଓ ହିଞ୍ଜିଳି ବିଧାନସଭା ଆସନ ଗୁଡିକରେ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୨୬ରେ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ସମ୍ପୃକ୍ତ ଜିଲାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଝୁଲାଯିବ। ମେ’ ୩ ତାରିଖ ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ରହିଥିବା ବେଳେ ମେ’ ୪ ନାମାଙ୍କନପତ୍ର ଯାଞ୍ଚ ତାରିଖ ରହିଛି। ମେ’ ୬ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ରହିଛି। ମେ’ ୨୦ରେ ଉକ୍ତ ୫ଲୋକସଭା ଆସନ ଏବଂ ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ କରାଯିବ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories