www.samajalive.in
Friday, December 5, 2025
26.1 C
Bhubaneswar

ଶନିବାର ରାଶିଫଳ : ଆକସ୍ମିକ ଧନଲାଭର ସୂଚନା

ମେଷ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁମାନେ ଦାଉ ସାଧିବାକୁ ଉଦ୍ୟମ ଚଳାଇବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସତର୍କତାର ଦିନ।

ବୃଷ: ଜଣେ ପ୍ରଖ୍ୟାତ ସମାଜସେବୀଭାବେ ଜନସାଧାରଣଙ୍କ ନମସ୍ୟ ହୋଇପାରନ୍ତି। ସୁଲଭ ମୂଲ୍ୟର ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

- Advertisement -

ମିଥୁନ: ରୋଜଗାର ଊଣା ହୋଇଥିବାରୁ ଖର୍ଚ୍ଚକାଟ ଉପରେ ଧ୍ୟାନ ଦେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।

କର୍କଟ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସ୍ତରରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀସମ୍ପନ୍ନ ହେବେ।

ସିଂହ: ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି, ନ କରିବା ଭଲ।

କନ୍ୟା: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ। ବିଜୟୀ ହେବେ।

ତୁଳା:  ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

ବିଛା: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଅଧିକ ସମୟ ଅକ୍ଷର ନିରୀକ୍ଷଣ ଯୋଗଁୁ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। କର୍ମପଥ ହୁଡିଯାଇ ଅଧିକ ବ୍ୟୟ କରିପାରନ୍ତି।

ଧନୁ:  ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସାଧନାରେ ସିଦ୍ଧିପ୍ରାପ୍ତର ସୂଚନା ମିଳୁଛି। ମଧୁର ବାକ୍ୟାଳାପରେ ପରକୁ ଆପଣାର କରିପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରି ଧାର୍ମିକ ହୋଇପାରନ୍ତି।

ମକର: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

କୁମ୍ଭ: କୁଳପ୍ରଦୀପ ହେବେ। ମନ ସ୍ଥିର ରଖିବାକୁ ପଡ଼ିବ। ଧୈର୍ଯ୍ୟଶୀଳ ହୋଇପାରନ୍ତି। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ।

ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସପୂର୍ଣ୍ଣ ହୋଇପାରେ। ସୁଖସମୃଦ୍ଧିପୂର୍ଣ୍ଣ ଜୀବନ ବିତାଇ ପାରନ୍ତି। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ହେବ। ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁମାନେ ଦାଉ ସାଧିବାକୁ ଉଦ୍ୟମ ଚଳାଇବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସତର୍କତାର ଦିନ।

 

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories