mission shakti banner

୫ଟି ନ୍ୟାୟ ଓ ୨୫ଟି ଗ୍ୟାରେଣ୍ଟି ପୂରଣ କରିବ କଂଗ୍ରେସ – ମଲ୍ଲିକାର୍ଜୁନ ଖଡ଼ଗେ

BSKY banner  750×100

ଡେସ୍କ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ କହିଛନ୍ତି ଯେ ତାଙ୍କ ଦଳ ଲୋକଙ୍କ ପାଇଁ ପ୍ରତିଶ୍ରୁତି ଦିଆଯାଇଥିବା ୫ଟି ନ୍ୟାୟ ଏବଂ ୨୫ଟି ଗ୍ୟାରେଣ୍ଟି ପୂରଣ କରିବ। ଗୌହାଟୀରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବୋଧିତ କରି ସେ ଏହା କହିଛନ୍ତି। ଗତ ୧୦ ବର୍ଷ ମଧ୍ୟରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି। ପ୍ରତିବର୍ଷ ୨ କୋଟି ନିଯୁକ୍ତି ଦେବା ଏବଂ କୃଷକଙ୍କ ଆୟ ଦ୍ୱିଗୁଣିତ କରିବାରେ ବିଫଳ ହୋଇଥିବାରୁ ବିଜେପି ସରକାରଙ୍କୁ ସମାଲୋଚନା କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ। ଏହାପରେ ସେ ବରପେଟା ଜିଲ୍ଲାରେ ଏକ ସାଧାରଣ ସଭାରେ ଯୋଗଦେଇ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନରେ ପ୍ରଚାର କରିଛନ୍ତି।

Comments are closed.