mission shakti banner

ଜଳୁଛି ଓଡ଼ିଶା: ୩୩ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ, ଅନୁଗୁଳ ସବୁଠୁ ଉତ୍ତପ୍ତ

BSKY banner  750×100

ଭୁବନେଶ୍ବର: ଜଳୁଛି ଓଡ଼ିଶା। ନିଆଁ ବର୍ଷା ହେଉଛି। ପ୍ରବଳ ଖରାରରେ ସିଝୁଛନ୍ତି। ସକାଳ ୮ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ସୂର୍ଯ୍ୟଙ୍କ ପ୍ରଖର କିରଣ ଓ ତତଲା ଝାଞ୍ଜିରେ ଛଟପଟ ହେଉଛନ୍ତି ଲୋକେ। ଆଜି ଅନୁଗୁଳ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଅନୁଗୁଳରେ ତାପମାତ୍ରା ୪୪.୭ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୪୪.୬ ଡିଗ୍ରୀ ଏବଂ ବାରିପଦାରେ ୪୪.୨ ଡ଼ିଗ୍ରି ତାପମାତ୍ରା ରେକର୍ଡ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଜି ରାଜ୍ୟର ୩୩ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ ହୋଇଛି। ସେହିପରି ୧୪ଟି ସହରରେ ୪୩ ଡିଗ୍ରୀ କିମ୍ବା ଅଧିକ ତାପମାତ୍ରା ରେକର୍ଡ ହୋଇଛି। ୪୩ ଡିଗ୍ରୀ ଉପରେ ୧୪ ସହର ରହିଥିବାବେଳେ ୪୪.୭ ସହ ଅନୁଗୁଳ ସବୁଠୁ ଉତ୍ତପ୍ତ ସହ ଭାବେ ବିବେଚିତ ହୋଇଛି। ବୌଦ୍ଧ, ଢେଙ୍କାନାଳ ଓ ଭବାନୀ ପାଟଣା ୪୩.୭ ଡିଗ୍ରୀ, ନୂଆପଡ଼ା ଓ ଝାରସୁଗୁଡ଼ା ୪୩.୬, ବଲାଙ୍ଗିର ଓ ଯାଜପୁର ୪୩.୫। ତାଳଚେର ଓ ନୟାଗଡ଼ ୪୩.୫, କଟକ ୪୩.୪, ଟିଟିଲାଗଡ଼ ୪୩ ଡିଗ୍ରୀ ରେକର୍ଡ କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅସହ୍ୟ ତାତି ପାଇଁ ଉତ୍ତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲା ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ସହ କୋରାପୁଟ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.