www.samajalive.in
Saturday, December 13, 2025
27.1 C
Bhubaneswar

ଦୁଷ୍କର୍ମ ଉଦ୍ୟମକାରୀକୁ ୫ବର୍ଷ ଜେଲ୍‌‌

କେନ୍ଦୁଝରଗଡ଼: ଦୁଷ୍କର୍ମ ଉଦ୍ୟମକାରୀ ଅଭିଯୁକ୍ତକୁ ଫାଷ୍ଟଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ଶନିବାର ଦୋଷୀ ସାବ୍ୟସ୍ତ କରି ୫ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି। ୧୫ବର୍ଷର ନାବାଳିକା ୨୨ ଅଗଷ୍ଟ ୨୦୧୮ରେ ନିକଟସ୍ଥ ଜଙ୍ଗଲକୁ ଗାଈ ଚରାଇବାକୁ ଯାଇଥିବା ବେଳେ ଦୈତାରୀ ଥାନା ବଳିପର୍ବତ ଚମ୍ପାନଗର ଅଞ୍ଚଳର ସୁରେଇ ନାଗ (୩୫) ନାବାଳିକାଜଣକୁ ଏକାକୀ ପାଇ ଘଞ୍ଚ ଜଙ୍ଗଲ ଭିତରକୁ ଟେକି ନେଇ ଦୁଷ୍କର୍ମ ଉଦ୍ୟମ କରିବା ସମୟରେ ନାବାଳିକା ଜଣକ ଚିତ୍କାର କରିବାରୁ ଏ କଥା କାହାରି ଆଗରେ ପ୍ରକାଶ କଲେ ଜୀବନରୁ ମାରିଦେବାକୁ କହି ସୁରେଇ ଘଟଣାସ୍ଥଳ ଛଡି ଫେରାର ହୋଇ ଯାଇଥିଲା।

ଘଟଣା ସମ୍ପର୍କରେ ନାବାଳିକାଜଣକ ଘରେ ପହଞ୍ଚି ମାଉସୀ ଆଗରେ କହିବାରୁ ନାବାଳିକାର ବାପା ଥାନାରେ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ କରି ଅଭିଯୁକ୍ତ ସୁରେଇକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମୋଟ ୯ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ମାମଲାର ଚୂଡାନ୍ତ ଶୁଣାଣୀ କରି ଅଭିଯୁକ୍ତ ସୁରେଇକୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ଜେଲ୍‌‌ ସହ ୫ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୩ମାସ ସଶ୍ରମ ଜେଲ ଦଣ୍ଡାଦେଶ କରିଛନ୍ତି। ଏଥିସହ ପୀଡିତାକୁ ୨ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ନିମନ୍ତେ ଜିଲା ଆଇନ ସେବା ପ୍ରାଧିକରଣକୁ ସୁପାରିଶ କରିଛନ୍ତି। ପୀଡିତାଙ୍କ ପକ୍ଷରୁ ସ୍ୱତନ୍ତ୍ର ପି.ପି.ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories