www.samajalive.in
Thursday, December 11, 2025
16.1 C
Bhubaneswar

ସେଲଫି ପଏଣ୍ଟରେ ଭୋଟର ସଚେତନତା

କେନ୍ଦୁଝରଗଡ଼: ଆସନ୍ତା ୨୫ ତାରିଖରେ କେନ୍ଦୁଝର ଜିଲାରେ ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ହେବାକୁ ଯାଉଛି। ଏହି ଅବସରରେ ଜିଲା ନିର୍ବାଚନ ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲାବ୍ୟାପୀ ଭୋଟରଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି କ୍ରମରେ କେନ୍ଦୁଝରଗଡ଼ ପୌରପାଳିକାର ବିଭିନ୍ନ ସ୍ଥାନରେ ଶନିବାର ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

କେନ୍ଦୁଝରଗଡ଼ ପୌରପାଳିକା ତରଫରୁ ସହରର ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ସେଲ୍ଫି ପଏଣ୍ଟ ସ୍ଥାପନ କରାଯାଇ ନିର୍ବାଚନୀ ସଚେତନତା ପାଇଁ ପ୍ରୟାସ କରାଯାଇଛି। ଶନିବାର ପୌରପାଳିକା ନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ବିଜୁ ପଟ୍ଟନାୟକ ପାର୍କ ଠାରେ ସକାଳ ସମୟରେ ବ୍ୟାୟାମ ପାଇଁ ଆସୁଥିବା ଭୋଟରମାନଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

- Advertisement -

ସେହିଭଳି ନିଜିଗଡ଼ ସ୍ଥିତ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟରରେ ନିୟୋଜିତ କର୍ମଚାରୀମାନଙ୍କୁ ନେଇ ଏକ ନିର୍ବାଚନ ସଚେତନତା କାର୍ଯ୍ୟକ୍ରମ ମଧ୍ୟ କରାଯାଇଥିଲା। କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମିଲେଟ ଶକ୍ତି କାଫେରେ ମଧ୍ୟ ଅନୁରୂପ ଭାବେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

କାଫେରେ ନିୟୋଜିତ ମିଶନ ଶକ୍ତି ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଏଥିରେ ଅଂଶଗ୍ରହଣ କରି ହାତରେ ନିର୍ବାଚନୀ ସଚେତନତା ପୋଷ୍ଟର ଏବଂ ପ୍ଲାକାର୍ଡ ଧରି ଭୋଟର ମାନଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories