www.samajalive.in
Sunday, December 7, 2025
26.1 C
Bhubaneswar

ପିପିଲିରେ ଜ୍ଞାନରଞ୍ଜନଙ୍କ ଭୋଟ୍‌‌ ପ୍ରଚାର

ପିପିଲି:ପିପିଲି ବିଧାନସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଜ୍ଞାନରଞ୍ଜନ ପଟ୍ଟନାୟକଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିବା ବେଳେ ଶନିବାର ସଂନ୍ଧ୍ୟାରେ ସେ ପିପିଲିରେ ଭୋଟ୍‌‌ ପ୍ରଚାର ଆରମ୍ଭ କରିଛନ୍ତି। ପୁରୁଖା କଂଗ୍ରେସ ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ବରିଷ୍ଠ ନେତା ଗୁଣନିଧି ପ୍ରଧାନ, ଦେବପ୍ରସାଦ ରାଉତରାୟ, ପ୍ରମୋଦ ପଲେଇ, ଦୁଃଶା ପ୍ରଧାନ, ପ୍ରଶାନ୍ତ କୁମାର ମାଝୀଙ୍କ ସମେତ ବହୁ କଂଗ୍ରେସ ନେତା ଓ କର୍ମୀଙ୍କୁ ପିପିଲି ହାଟଛକ ଠାରେ ଶ୍ରୀ ପଟ୍ଟନାୟକ ଭେଟି ନିର୍ବାଚନ ସଂକ୍ରାନ୍ତୀୟ ଆଲୋଚନା କରିବା ସହ ସେମାନଙ୍କ ସହଯୋଗ ଲୋଡିଥିଲେ। ପିପିଲିରେ କଂଗ୍ରେସକୁ କ୍ଷମତାକୁ ଆଣିବା ପାଇଁ ସେ ବରିଷ୍ଠ ନେତାଙ୍କ ସହ ଆଲୋଚନା କରି ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଥିବା କହିଛନ୍ତି। ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଓ ପିପିଲି ଏନ୍‌‌ଏସିର ସମସ୍ତ ପୁରୁଖା କଂଗ୍ରେସ କର୍ମୀ ଓ ସମର୍ଥକଙ୍କୁ ଏକାଠି କରି ନିର୍ବାଚନ ଲଢାଯିବ ଓ ଏହି ନିର୍ବାଚନରେ କଂଗ୍ରେସ ବହୁତ ଭଲ ପ୍ରଦର୍ଶନ କରିବ ବୋଲି ଶ୍ରୀପଟ୍ଟନାୟକ ପ୍ରକାଶ କରିଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories