www.samajalive.in
Tuesday, December 9, 2025
16.1 C
Bhubaneswar

ଆଦର୍ଶ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ: ଦୁଇ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ

ନବରଙ୍ଗପୁର : ଆଦର୍ଶ ନିର୍ବାଚନ ଆଚରଣ ବିଧି ତଥା ସରକାରୀ କର୍ମଚାରୀ ସେବା ଆଚରଣ ନିୟମ ଉଲ୍ଲଂଘନ ଅଭିଯୋଗରେ ନବରଙ୍ଗପୁର ଜିଲାର ଦୁଇ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି। ନିଲମ୍ବନ ପରେ ସେମାନଙ୍କୁ ସମ୍ପୃକ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ କରିବାକୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଡ. କମଳଲୋଚନ ମିଶ୍ର ନିର୍ଦେଶ ଦେଇଛନ୍ତି। ନିଲମ୍ବିତ ପାପଡ଼ାହାଣ୍ଡି ବ୍ଲକ ପିତାରିଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଗୌତମଚରଣ ସାହୁଙ୍କୁ ପାପଡାହାଣ୍ଡି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏବଂ ଡାବୁଗାଁ ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା(ବି) ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ମନୋଜ କୁମାର ଭତରାଙ୍କୁ ଡାବୁଗାଁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ କରାଯାଇଛି। ସୂଚନାଯୋଗ୍ୟ ଗତ ୨୬ ତାରିଖରେ ନବରଙ୍ଗପୁର ଜିଲାରେ ଆୟୋଜିତ ବିଜେଡି ସମାବେଶରେ ସମ୍ପୃକ୍ତ ଦୁଇ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଯୋଗଦେଇଥିବା ନେଇ ଜିଲା ବିଜେପି ପକ୍ଷରୁ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ନିକଟରେ ଲିଖିତ ଅଭିଯୋଗ କରାଯାଇଥିଲା। ନିର୍ବାଚନ ପର୍ଯ୍ୟବେକ୍ଷକ ଏହାର ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦେଶ ଦେଇଥିଲେ। ଜିଲାପାଳ ଡ. ମିଶ୍ର ଜିଲା ଶିକ୍ଷା ଅଧିକାରୀଙ୍କଠାରୁ ତଦନ୍ତ ରିପୋର୍ଟ ପାଇବା ପରେ ଦୁଇ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିଛନ୍ତି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories